ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର। ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ୍‌ ସମୟରେ ଯଥା ଆନ୍ଧ୍ର , ଓଡିଶା ଏବଂ ଛତିଶଗଡ଼ ପ୍ରମୁଖକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଦେଇ କୋରାପୁଟ ଅଭିମୁଖେ ଯାଉଥିବା CG07BN 4439 ଟି ଆଗପଛ ହୋଇ ଯାଉଥିବା ସମୟରେ ଅତ୍ୟଧିକ କୁହୁଡ଼ି ଯୋଗୁ ଉକ୍ତ ଟ୍ରକ ପଛରେ ରହିଥିବା ଅନ୍ୟ ଏକ ଟ୍ରକ ନମ୍ବର AP39W 6299ଟି ଭାରସାମ୍ୟ ହରାଇ ଉପରୋକ୍ତ ଟ୍ରକ ପଛପଟରୁ ଧକ୍କା ଦେଇଥିଲା । ଫଳରେ ଟ୍ରକଟି ସମ୍ମୁଖ ପଟରୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଡ୍ରାଇଭର  ଆର. ଜଗନ୍ନାଥ ରାଓ  ଟ୍ରକ ଭିତରେ ଚାପି ହୋଇ ରହି ଯାଇଥିଲା । ଖବରପାଇ ସ୍ଥାନୀୟ ପୋଲିସ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ନେଇ ଘଟଣାସ୍ଥଳେ ପହଞ୍ଚି କଟର ମାଧ୍ୟମରେ ଟ୍ରକ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରି ପ୍ରଥମେ ପଟ୍ଟାଙ୍ଗି ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ପ୍ରାଥମିକ ଚିକିତ୍ସା ପରେ ସମ୍ପର୍କୀୟମାନେ ଓ ଟ୍ରକ ମାଲିକ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ସ୍ଥିତ ଏକ ଘରୋଇ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରିଛନ୍ତି । ଟ୍ରକରେ ହେଲପର ନଥିବା ବେଳେ ହେଲପର ବସିବା ପାଶର୍‌ବରେ ଅନେକ କ୍ଷତି ହୋଇଥିବା ବେଳେ ହେଲପର ମଧ୍ୟ ମୃତ୍ୟୁ ମୁଖରୁ ବଞ୍ଚି ଯାଇଛନ୍ତି। ଟ୍ରକର ହେଲପର ସ୍ଥାନୀୟ ପଟ୍ଟାଙ୍ଗି ବ୍ଲକ ସଦର ମହକୁମାର ବୋଲି ଜଣାପଡିଛି ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?