Posted inଜାତୀୟ

କରୋନାରେ ଚାଲିଗଲା ଆଉ ଜଣେ ଟିଭି ଆଙ୍କରଙ୍କ ଜୀବନ

ନୂଆଦିଲ୍ଲୀ,୧।୫: କରୋନା ମହାମାରୀ ଜଣଙ୍କ ପରେ ଜଣଙ୍କ ଜୀବନ ନେଇଚାଲିଛି। ଏହି ଭୂତାଣୁ ବର୍ତ୍ତମାନ ସମଗ୍ର ଦେଶରେ ଆତଙ୍କ ଖେଳାଇଛି। ପ୍ରତିଦିନ ଏମିତି ଖବର ଆସୁଛି, ଯାହା ଶୁଣି ଲୋକଙ୍କ ମନୋବଳ ଭାଙ୍ଗି ଯାଉଛି। ବର୍ତ୍ତମାନ ଆଉ ଜଣେ ଆଙ୍କର ତଥା ଅଭିନେତ୍ରୀ କନୁପ୍ରିୟାଙ୍କ ନିଧନ ଘଟିଛି। ତାଙ୍କ ମୃତ୍ୟୁ ଖବର ସମ୍ପର୍କରେ ଖୋଦ୍‌ ବ୍ରହ୍ମାକୁମାରୀ ଶିବାନୀ ସୋସିଆଲ ମିଡିଆରେ ଜଣାଇଛନ୍ତି।

କନୁପ୍ରିୟା ଦୁଇଦିନ ତଳେ ସୋସିଆଲ ମିଡିଆରେ କହିଥିଲେ, ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସମସ୍ତେ ତାଙ୍କ ପାଇଁ ପ୍ରାର୍ଥନା କରନ୍ତୁ ବୋଲି କନୁପ୍ରିୟା ଲୋକଙ୍କୁ ଅନୁରୋଧ କରିଥିଲେ। ତାଙ୍କର ଅକ୍ସିଜେନ ସ୍ତର କମ୍‌ ଥିଲା ଏବଂ ଜ୍ୱର ହୋଇଥିଲା।

ବ୍ରହ୍ମାକୁମାରୀ ଶିବାନୀ ତାଙ୍କୁ ମନେ ପକାଇ କହିଛନ୍ତି, ଓମ୍‌ ଶାନ୍ତି। ଶୁକ୍ରବାର ରାତିରେ କନୁପ୍ରିୟା ଦୁନିଆକୁ ଅଲବିଦା କହିଛନ୍ତି। ଆସନ୍ତୁ ସମସ୍ତେ ମିଶି ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା।

ସୂଚନାଯୋଗ୍ୟ, କନୁପ୍ରିୟା ମିଡିଆରେ ଜଣେ ଜଣାଶୁଣା ଚେହେରା। ସେ ଦୂରଦର୍ଶନରୁ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ପରେ ଅଭିନୟ ଏବଂ ଥିଏଟରରେ ନିଜର ଦମ୍‌ଦାର ଅଭିନୟ ଦେଖାଇଥିଲେ। ସେ ଜଣେ ଭଲ ସ୍କ୍ରିପ୍ଟ ଲେଖିକା ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri