ଆଉ ଦୁଇଦିନ ଥରାଇବ ଶୀତ

ଭୁବନେଶ୍ୱର,୯ା୧(ବ୍ୟୁରୋ): ସମଗ୍ର ରାଜ୍ୟରେ ଏବେ ପ୍ରବଳ ଶୀତର ଲହରି ଜାରି ରହିଛି। ତେବେ ରାଜ୍ୟରେ ଆହୁରି ଦୁଇଦିନ ଶୀତ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ପାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ହ୍ରାସ ପାଇବ। ଏହି ସମୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବ। ଫଳରେ ୫ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର କହିଛି, ଯଦିଓ ଏହି ସମୟରେ ଶୀତ ସହନୀୟ, ତଥାପି ବୟସ୍କ ବ୍ୟକ୍ତି ଓ ଛୋଟପିଲା ବାହାରକୁ ନ ବାହାରିବା ଭଲ। ବିଶେଷକରି ରାତି ଓ ପାହାନ୍ତା ସମୟରେ ବାଇକ୍‌ ବା ଖୋଲା କାର୍‌ରେ ନ ବୁଲିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସେହିପରି ଗୃହପାଳିତ ପଶୁଙ୍କୁ ଖୋଲାରେ ନ ରଖି ଆବଶ୍ୟକ ଗୃହରେ ରଖିବାକୁ କୁହାଯାଇଛି।  ଆସନ୍ତା ଦୁଇଦିନ ଧରି ଓଡ଼ିଶାର କିଛି ସ୍ଥାନରେ ଶୀତର ପ୍ରକୋପ ଜାରି ରହିବ। ବର୍ତ୍ତମାନ ରାତିରେ ଯେଉଁ ତାପମାତ୍ରା ରହୁଛି, ସେଥିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ସହ ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri