Posted inଜାତୀୟ

ପୁଣି ସାମ୍ନାକୁ ଆସିଲା ଆତଙ୍କୀ ଉମରଙ୍କ ଆଉ ଏକ ଭିଡିଓ

ନୂଆଦିଲ୍ଲୀ,୧୧।୧୩: ସାମ୍ନାକୁ ଆସିଛି ଆତଙ୍କୀ ଉମରଙ୍କ ଆଉ ଏକ ଭିଡିଓ। ଏହି ଭିଡିଓଟି ସୋମବାର ସକାଳ ସମୟର। ବଦରପୁର ବୋର୍ଡରେ ଥିବା ଟୋଲଗେଟ୍‌ରେ, ଯେଉଁ ବାଟ ଦେଇ ଆତଙ୍କୀ ଉମର ଫରିଦାବାଦ୍‌ରୁ ବାହାରି ବଦରପୁର ସୀମା ଦେଇ ଦିଲ୍ଲୀରେ ପ୍ରବେଶ କରିଥିଲେ। ଉମର ହେଉଛନ୍ତିି ସେହି ଆତଙ୍କୀ ଯିଏ ସୋମବାର ଦିଲ୍ଲୀରେ ବିସ୍ଫୋରଣ କରିଥିଲେ।

ସନ୍ଦିଗ୍ଧମାନେ ପଚରାଉଚରା ବେଳେ ପ୍ରକାଶ କରିଛନ୍ତି ଯେ, ସେମାନେ ବାବ୍ରି ମସଜିଦ୍ ଭାଙ୍ଗିବାର ବାର୍ଷିକୀ ଦିନ (ଡିସେମ୍ବର ୬, ୧୯୯୨)କୁ ପ୍ରତିଶୋଧ ନେବା ପାଇଁ ଟାର୍ଗେଟ୍ କରିଥିଲେ।

ଗୋଇନ୍ଦା ସୂତ୍ରରୁ ଜଣାପଡ଼ିଛି ଯେ, ଏହି ମଡ୍ୟୁଲ୍‌ ଏକ ପାଞ୍ଚ-ପର୍ଯ୍ୟାୟ ବିଶିଷ୍ଟ ଯୋଜନା ପ୍ରସ୍ତୁତ କରିଥିଲେ। ଜୈଶ-ଏ-ମହମ୍ମଦ ଓ ଅନ୍ସାର୍ ଗଜୱାତ-ଉଲ-ହିନ୍ଦ୍ ସହ ଯୋଡ଼ି ହୋଇ ମଡ୍ୟୁଲ୍ ଗଠନ କରିଥିଲେ। ହରିୟାଣାର ନୂହ ଓ ଗୁରୁଗ୍ରାମରୁ IED ତିଆରି ପାଇଁ କଞ୍ଚାମାଲ ଓ ଗୋଳାବାରୁଦ ସଂଗ୍ରହ କରାଯାଇଥିଲା। ଏଥିରେ ଘାତକ ରାସାୟନିକ IED ତିଆରି କରିବା ଏବଂ ବିସ୍ଫୋରଣ ପାଇଁ ସମ୍ଭାବ୍ୟ ସ୍ଥାନଗୁଡ଼ିକର ରେକି (ଅନୁଧ୍ୟାନ) କରିବା ଏବଂ ସଂଗୃହୀତ ବୋମାକୁ ମଡ୍ୟୁଲ୍ ସଦସ୍ୟମାନଙ୍କ ମଧ୍ୟରେ ବଣ୍ଟନ କରିବା। ଏହାପରେ ଦିଲ୍ଲୀ-NCR ର ୬-୭ଟି ସ୍ଥାନରେ ସମନ୍ୱିତ ବିସ୍ଫୋରଣ କରିବା ଲକ୍ଷ୍ୟ ଥିଲା।

ଫରିଦାବାଦର ଅଲ ଫଲାହ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ କାଶ୍ମୀରୀ ଡାକ୍ତର ଉମର ମହମ୍ମଦ ହିଁ ବିସ୍ଫୋରଣ ହୋଇଥିବା i20 କାର୍ ଚଳାଉଥିଲେ। ତଦନ୍ତକାରୀଙ୍କ ମତରେ, ତାଙ୍କ ସହଯୋଗୀ ଡାକ୍ତର ମୁଜାମ୍ମିଲ ଶେଖ ଓ ଶାହୀନ୍ ସୟୀଦ୍ ଗିରଫ ହେବା ପରେ ଉମର ଭୟଭୀତ ହୋଇ ହତାଶାରେ ଏହି କାର୍ ବିସ୍ଫୋରଣ ଘଟାଇଥିଲେ।

ଏହି ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ। ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଦ୍ୱାରା ଘଟଣାର ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଆମେରିକା-ଇସ୍ରାଏଲ ପରେ ଏସବୁ ଦେଶକୁ ଧମକ ଦେଲା ଇରାନ, ବିଶ୍ୱରେ ଚହଳ…

ତେହରାନ,୨୦।୩: ଇରାନ ବ୍ରିଟେନକୁ ଏକ କଠୋର ଚେତାବନୀ ଦେଇଛି। ଏହା କହିଛି ଯେ ଯଦି ବ୍ରିଟେନ ଆମେରିକାକୁ ତାର ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦିଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri