ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ି ହେଲା ଆଉ ଗୋଟିଏ ଭିୟୁ ପଏଣ୍ଟ

ଦାରିଙ୍ଗବାଡ଼ି,୨୫ା୫(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସାରା ଦେଶରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ରହିଛି। ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ପସନ୍ଦ କରନ୍ତି। ତେବେ ପର୍ଯ୍ୟଟନକ୍ଷେତ୍ରର ବିକାଶ ହେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧିପାଉଛି। ଏହାକୁ ନଜରରେ ରଖି ଅଞ୍ଚଳରେ ରହିଥିବା ହିଲ୍‌ଭିୟୁ ପଏଣ୍ଟ, ମିଡିୟୁାନ୍ଦା ଓ୍ବାଟର ଫଲ୍‌, ଲଭର୍ସ ପଏଣ୍ଟ ଆଦି କ୍ଷେତ୍ରର ବିକାଶ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଥିବା ବେଳେ ହିଲ୍‌ଭିୟୁ ପାର୍କର ରୂପାନ୍ତରୀକରଣ କାର୍ଯ୍ୟ ଜୋରଦାର କରାଯାଉଛି। ତେବେ ଗତ ଡିସେମ୍ବରରେ ନୂତନ ଜଳ ପ୍ରପାତ ପାଟାବାନ୍ଧାର ଲୋକାର୍ପଣ କରାଯାଇଥିବା ବେଳେ ଗୁରୁବାର ପୁଣି ଏକ ପର୍ଯ୍ୟଟନ କ୍ଷେତ୍ରର ଲୋକାର୍ପଣ କରାଯାଇଛି।

ପ୍ରକାଶ ଯେ, ଉକ୍ତ ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତରେ ରହିଥିବା ଏକ ପାହାଡ଼ ତଥା ସୁଲେଖସାରୁ ଭିୟୁ ପଏଣ୍ଟର ଲୋକାର୍ପଣ କରାଯାଇଛି। ଏହି ଭିୟୁ ପଏଣ୍ଟ ଉକ୍ତ ବ୍ଲକର ସବୁଠାରୁ ଉଚ୍ଚତମ ପାହାଡ଼ ଉପରେ ଓ୍ବାଚ୍‌ ଟାଓ୍ବାର ନିର୍ମାଣ କରାଯାଇଥିବା ଜଣାପଡ଼ିଛି। ତେବେ ପ୍ରାଥମିକ ଭାବେ ପାହାଡ଼ କାଟି ରାସ୍ତା ସମ୍ପ୍ରସାରଣ କରାଯାଇଥିବା ବେଳେ ପକ୍କା ରାସ୍ତା ଓ ଗାର୍ଡ ଓ୍ବାଲ ଆଦି ଆଗକୁ କରାଯିବାକୁ ଯୋଜନା କରାଯାଇଥିବା ବିଡିଓ ଗଦାଧର ପାତ୍ର କହିଛନ୍ତି। ଏହି ଭିୟୁ ପଏଣ୍ଟର ଲୋକାର୍ପଣ କାର୍ଯ୍ୟକ୍ରମ ରେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଲୋକାର୍ପଣ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଡ. ଅଶୋକ କୁମାର ଦାସ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri