ଆସୁଛି ଆଉ ଏକ ପଶ୍ଚିମା ଝଡ଼

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ ୧୫, ଭବାନୀପାଟଣାରେ ୧୨.୨, ଗୋପାଳପୁରରେ ୧୨.୨, କଟକରେ ୧୧.୨, କେନ୍ଦ୍ରାପଡ଼ାରେ ୧୦.୪, ଜଗତସିଂହପୁରରେ ୧୦, ଛତ୍ରପୁରରେ ୯.୬, ପୁରୀରେ ୭.୯, ପାରାଦ୍ୱୀପରେ ୫.୧ ମିମି ବର୍ଷା ହୋଇଛି। ଟ୍ରପ୍‌ଲାଇନ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଆଉ ଏକ ପଶ୍ଚିମା ଝଡ଼ ପ୍ରବାହିତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୋଟିଏ ପଟେ ପଶ୍ଚିମା ଝଡ଼ ପ୍ରଭାବରେ ଖରାଦିନରେ ଆଶ୍ୱସ୍ତି ମିଳୁଥିବାବେଳେ ଅନ୍ୟପଟେ ଚାଷରେ ବ୍ୟାପକ କ୍ଷତି ହୋଇଛି। ଗତ ୪ଦିନ ହେବ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସହିତ କୁଆପଥର ମାଡ଼ ସବୁ ଚାଷକୁ ନଷ୍ଟ କରିଦେଇଛି। ଧାନ ଠାରୁ ଆରମ୍ଭ କରି ପନିପରିବା, ମକା ମୁଗ, ବିରି ଓ ସୂର୍ଯ୍ୟମୁଖୀ ଫସଲ ନଷ୍ଟ ହୋଇଛି। ଏହି ଅଦିନିଆ ବର୍ଷା ଚାଷୀର ମେରୁଦଣ୍ଡ ଦୋହଲାଇ ଦେଇଛି। ପୁଣି ଏକ ପଶ୍ଚିମା ଝଡ଼ ଆସୁଥିବାରୁ ଚାଷୀକୂଳ ଏବେ ଚିନ୍ତାରେ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri