Posted inଜାତୀୟ

ଆଉଜଣେ ମହିଳା ଡାକ୍ତରଙ୍କୁ ମିଳିଲା ଧମକ, ଆରଜି କଲେଜ ଘଟଣା ପରି ତୁମର ବି…

କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଘଟଣାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ତେବେ ଏହି ଘଟଣା ପରି ମୁମ୍ବାଇରେ ଏଭଳି ଘଟଣା ଘଟାଇବାକୁ ଉଦ୍ୟମ ସାମ୍ନାକୁ ଆସିଛି। ସାଥେ ନାଗର ଅଞ୍ଚଳରେ ଜଣେ ମହିଳା ଡାକ୍ତରଙ୍କୁ କୋଲକାତାର ଟ୍ରେନି ଡାକ୍ତରଙ୍କ ପରି ବଳାତ୍କାର କରିବାକୁ ଧମକ ଦିଆଯାଇଛି।

ଏହି ମାମଲା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି, ଶନିବାର ସଂଧ୍ୟାରେ ସାଠେ ନଗରର ମାନର୍ଖୁଦସ୍ଥିତ ପୀଡିତା ଡାକ୍ତରଙ୍କ କ୍ଲିନିକ ସମ୍ମୁଖରେ ଗାଡି ପାର୍କିଂକୁ ନେଇ ବିବାଦ ଦେଖା ଦେଇଥିଲା। ଏହି ସମୟରେ ମହିଳାଜଣକ ବିରୋଧ କରିଥିଲେ। ପରେ ୩ଜଣ ମହିଳାଙ୍କ ସହ ତାଙ୍କର ଧସ୍ତାଧସ୍ତି ହୋଇଥିଲା।

ଏହି ଝଗଡା ସମୟରେ ଜଣେ ଅଭିଯୁକ୍ତ ପୀଡିତା ଡାକ୍ତରଙ୍କୁ କୋଲକାତା ଭଳି ଘଟଣା କରିବୁ ବୋଲି ଧମକ ଦେଇଥିଲେ। ଏହା ପରେ ପୀଡିତା ଡାକ୍ତର ପୋଲିସ ପାଖରେ ଏକ ମାମଲା ରୁଜୁ କରିଥିଲେ। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଖୋଜିବା ଆରମ୍ଭ କରିଛି। ପୋଲିସ ୩୪୬/୨୦୨୪, ୧୧୮ (୧), ୧୧୫ (୨), ୭୪, ୭୯, ୩୫୧ (୨), ୩୫୨, ୩୨୪ (୪), ୩ (୫) ବିଏନଏସ ଅଧୀନରେ ୪ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ ଦୁଇ ଅଭିଯୁକ୍ତଙ୍କ ନାମ ମଧ୍ୟ ପ୍ରକାଶ କରିଛି। ପ୍ରଥମ ଅଭିଯୁକ୍ତଙ୍କ ନାମ କାଜଲ ରାମସ୍ବାମୀ ଏବଂ ଦ୍ୱିତୀୟଙ୍କ ନାମ ଅରୁଣା ଇଙ୍ଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri