ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଜବତ କଲା ପୋଲିସ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ ଜଣଙ୍କ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଖବର ପାଇ ପୋଲିସ ସାଇଣ୍ଟଫିକ୍‌ ଟିମ୍‌ ସହାୟତାରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ଏହାପରେ ପରିବାର ଲୋକଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ ପରେ ପୋଲିସ ହସ୍ତାନ୍ତର କରିଥିଲା। ଏନେଇ କବିତାଙ୍କ ପରିବାର ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ଏହାର କାରଣ ଖୋଜିବାକୁ ପୋଲିସଙ୍କୁ ପରିବାର ଲୋକେ କହିଛନ୍ତି। ପୋଲିସ କେସ୍‌ ନଂ ୮୬/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏହାସହ ତାଙ୍କ ନିକଟରୁ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି ପୋଲିସ। ତେବେ ଏଥିରେ ସେ କୌଣସି କାରଣ ଉଲ୍ଲେଖ କରି ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

ପୋଲିସ ସୂଚନାନୁସାରେ, କବିତା ଏଠାରେ ଏକ ସେବା ପ୍ରଦାନକାରୀ ସଂସ୍ଥାର କର୍ମଚାରୀ ଭାବେ କାମ କରୁଥିଲେ। ଗତ ୨ ମାସ ଧରି ନୟାପଲ୍ଲୀ ଅଞ୍ଚଳର ଜଣେ ୯୩ ବର୍ଷୀୟା ବୃଦ୍ଧାଙ୍କ ପାଖରେ କେୟାରଟେକର ଭାବେ ରହି ତାଙ୍କ ସେବା କରୁଥିଲେ। ଉଭୟ ଗୋଟିଏ ରୁମ୍‌ରେ ରହୁଥିଲେ। ତେବେ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ କବାଟ ବନ୍ଦ ଥିବାରୁ ଅନ୍ୟ ସଦସ୍ୟମାନେ କବାଟ ବାଡ଼ାଇଥିଲେ। କିନ୍ତୁ ଭିତର ପଟୁ ମୃତା କବିତାଙ୍କ କୌଣସି ଉତ୍ତର ଆସି ନ ଥିଲା। ଏହାପରେ ଉକ୍ତ ରୁମ୍‌ରେ ଶୋଇଥିବା ୯୩ ବର୍ଷୀୟା ବୃଦ୍ଧା କବାଟ ଖୋଲିବାରୁ କବିତା ଓଢ଼ଣୀ ସାହାଯ୍ୟରେ ଫ୍ୟାନ୍‌ରେ ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହାପରେ କଣ୍ଟ୍ରୋଲ ରୁମ୍‌କୁ ଖବର ଦିଆଯିବାରୁ ପିସିଆର ଭ୍ୟାନ୍‌ ପହଞ୍ଚି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri