ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିପାଇଁ ଓଡ଼ିଶାରୁ ୨୫ ଜଣିଆ ଛାତ୍ରୀଛାତ୍ର ଦଳ ଜୁନ୍‌ ୨୮ ରେ ମୁମ୍ବାଇ ଗସ୍ତ କରିବେ। ଏହି ଟିମ୍‌ରେ ରାୟଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ଅଂଶୁମାନ ରଥ ରାୟଗଡ଼ା ଜିଲାକୁ ପ୍ରତିନିଧିତ୍ କରିବେ।
୨୫ ଜଣିଆ ଦଳରେ ୧୧ ଛାତ୍ରୀ ଥିବାବେଳେ ୧୪ ଛାତ୍ର ରହିଛନ୍ତି। କଟକ ଜିଲାରୁ ୧୦ ଜଣ, ଖୋର୍ଦ୍ଧାରୁ ୧୨ ଏବଂ ରାୟଗଡ଼ା, ବଲାଙ୍ଗୀର ଓ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଛାତ୍ର ଏହି ଦଳରେ ସାମିଲ ହୋଇଛନ୍ତି। ରାଜ୍ୟ ଶିକ୍ଷା ବିଭାଗର ୨ ଅଧିକାରୀ ଶଶଧର ନାୟକ ଏବଂ ସୁଜାତା ମହାପାତ୍ର ୨୫ ଜଣିଆ ଦଳର ନେତୃତ୍ୱ ନେଉଛନ୍ତି। ଏହି ଟିମ୍‌ ୨୮ରେ ଭୁବନେଶ୍ବରରୁ ବିମାନ ଯୋଗେ ମୁମ୍ବାଇ ଯିବେ। ଟିମ୍‌ ଜୁଲାଇ ୪ରେ ପୁଣି ଓଡ଼ିଶା ଫେରିବ। ୭ ଦିନ ମଧ୍ୟରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ସ୍ଥାନ ପରିଭ୍ରମଣ କରାଇବା ସହ ସେଠାକାର ଭାଷା, ସଂସ୍କୃତି ସହ ଓଡ଼ିଶା ପିଲାଙ୍କୁ ଅବଗତ କରାଇବା ଏବଂ ଓଡ଼ିଶା ଭାଷା, ସଂସ୍କୃତି ନେଇ ସେଠାକାର ପିଲାଙ୍କ ସହ ଆଦାନ ପ୍ରଦାନ କରିବା କାର୍ଯ୍ୟକ୍ରମ ରହିଥିବା ରାୟଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଦୁର୍ଗାପ୍ରସାଦ ଦାସ ସୂଚନା ଦେଇଛନ୍ତି। ତେବେ ଏହି ଟିମ୍‌ରେ ଦକ୍ଷିଣ ଓଡ଼ିଶାରୁ ରାୟଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଅଂଶୁମାନ ରଥ ମନୋନୀତ ହୋଇଥିବାରୁ ଏହା ଜିଲା ପାଇଁ ଗର୍ବ ଏବଂ ଗୌରବର ବିଷୟ ବୋଲି ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?