Posted inଖେଳ

କିଏ ସେହି ଅଂଶୁମାନ ଗାଏକ୍ୱାଡ: ଯାହାଙ୍କ ମୃତ୍ୟୁରେ କ୍ରିକେଟ୍‌ ଜଗତ ସ୍ତବ୍ଧ

ନୁଆଦିଲ୍ଲୀ,୧।୮: ପୂର୍ବତନ ଭାରତୀୟ କ୍ରିକେଟର ଅଂଶୁମାନ ଗାଏକ୍ୱାଡ ୭୧ ବର୍ଷ ବୟସରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ଦିନ ଧରି ରକ୍ତ କର୍କଟ ରୋଗରେ ପୀଡିତ ଥିଲେ। କିମ୍ବଦନ୍ତୀ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିସିସିଆଇ ସଚିବ ଜୟ ଶାହା ଦୁଃଖ ପ୍ରକାଶ କରିଛନ୍ତି। ଗାଏକ୍ୱାଡଙ୍କ ଦେହାନ୍ତରେ ସମଗ୍ର କ୍ରିକେଟ ଜଗତରେ ଶୋକର ଲହରୀ ଖେଳିଯାଇଥିଲା। ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ଗାଏକ୍ୱାଡ ୧୯୯୭ ରୁ ୧୯୯୯ ପର୍ଯ୍ୟନ୍ତ ଭାରତର କୋଚ ଥିଲେ। ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା।
୧୯୮୩ ଦିନିକିଆ ବିଶ୍ୱକପ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି ଗାଏକ୍ୱାଡ। ୧୯୭୫ ମସିହାଠାରୁ ୧୯୮୭ ମସିହା ପର୍ଯ୍ୟନ୍ତ ସେ ୪୦ ଟେଷ୍ଟ, ୧୫ ଦିନିକିଆ ମ୍ୟାଚ ଖେଳିଛନ୍ତି। ୧୯୯୭ ମସିହାରେ ତାଙ୍କୁ ଭାରତୀୟ ଦଳର ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା। ତାଙ୍କ ସମୟରେ ପୂର୍ବତନ କ୍ରିକେଟର ଅନୀଲ କୁମ୍ବଲେ ପାକିସ୍ତାନ ବିପକ୍ଷରେ ଗୋଟିଏ ପାଳିରେ ସମସ୍ତ ଉଇକେଟ ଅକ୍ତିଆର କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri