ଇସ୍ରୋ ଯୁବବିଜ୍ଞାନୀ କାର୍ଯ୍ୟକ୍ରମକୁ ଦାମନଯୋଡ଼ିର ଅଂଶୁମାନ ମନୋନୀତ

ଦାମନଯୋଡ଼ି,୧୨।୫(ଡି.ଏନ୍‌.ଏ.): ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ଯୁବବିଜ୍ଞାନୀ କାର୍ଯ୍ୟକ୍ରମ ୨୦୨୨ ପାଇଁ ଦାମନଯୋଡ଼ି ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଦଶମ ଶ୍ରେଣୀ ଛାତ୍ର ଅଂଶୁମାନ ସାହୁ ମନୋନୀତ ହୋଇଛନ୍ତି। ସର୍ବଭାରତୀୟ ସ୍ତରରେ ୧୫୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ ଅଂଶୁମାନ ସ୍ଥାନ ପାଇ ଦାମନଯୋଡ଼ି ତଥା କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି। ଉକ୍ତ କାର୍ଯ୍ୟକ୍ରମ ଚଳିତ ମେ ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଅବସ୍ଥିତ ଇସ୍ରୋର ୫ଟି ଶାଖା କେନ୍ଦ୍ରରେ ଅନୁଷ୍ଠିତ ହେବ। ସେଥିରୁ ହାଇଦ୍ରାବାଦସ୍ଥିତ ଜାତୀୟ ସୁଦୂର ସମ୍ବେଦନ କେନ୍ଦ୍ର (ଏନ୍‌ଆର୍‌ଏସ୍‌ସି)ଠାରେ ଅଂଶୁମାନ ମେ ୧୫ରେ ଯୋଗଦେବେ। ସେଠାରେ ବିଭିନ୍ନ କର୍ମଶାଳା ଓ ବୈଜ୍ଞାନିକଙ୍କ ସହ ଆଲୋଚନାରେ ସେ ଅଂଶଗ୍ରହଣ କରିବେ। ମେ ୨୬ରୁ ୨୮ ପର୍ଯ୍ୟନ୍ତ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ର (ଏସ୍‌ଡିଏସ୍‌ସି) ଓ ରକେଟ ଉତ୍‌କ୍ଷେପଣ କେନ୍ଦ୍ର ପରିଦର୍ଶନ କରି ଇସ୍ରୋ ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ ଅଂଶୁମାନ। ତାଙ୍କର ଏହି ସଫଳତା ପାଇଁ ତାଙ୍କୁ ବିଦ୍ୟାଳୟ ଅଧ୍ୟକ୍ଷା ଦୀପାନ୍ବିତା ଦାସଙ୍କ ସହ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଅଭିନନ୍ଦନ ଜଣାଇଛନ୍ତି। ସୂଚନାଯୋଗ୍ୟ, ଅଂଶୁମାନ ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିରିରେ କାର୍ଯ୍ୟରତ ଶିକ୍ଷକ ରବୀନ୍ଦ୍ର ସାହୁ ଓ ପ୍ରାଣୀଧନ ନିରୀକ୍ଷକ ରୂପେ କାର୍ଯ୍ୟରତା ନିର୍ମଳା ସାହୁଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri