ଇସ୍ରୋ ଯୁବବିଜ୍ଞାନୀ କାର୍ଯ୍ୟକ୍ରମକୁ ଦାମନଯୋଡ଼ିର ଅଂଶୁମାନ ମନୋନୀତ

ଦାମନଯୋଡ଼ି,୧୨।୫(ଡି.ଏନ୍‌.ଏ.): ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ଯୁବବିଜ୍ଞାନୀ କାର୍ଯ୍ୟକ୍ରମ ୨୦୨୨ ପାଇଁ ଦାମନଯୋଡ଼ି ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଦଶମ ଶ୍ରେଣୀ ଛାତ୍ର ଅଂଶୁମାନ ସାହୁ ମନୋନୀତ ହୋଇଛନ୍ତି। ସର୍ବଭାରତୀୟ ସ୍ତରରେ ୧୫୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ ଅଂଶୁମାନ ସ୍ଥାନ ପାଇ ଦାମନଯୋଡ଼ି ତଥା କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି। ଉକ୍ତ କାର୍ଯ୍ୟକ୍ରମ ଚଳିତ ମେ ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଅବସ୍ଥିତ ଇସ୍ରୋର ୫ଟି ଶାଖା କେନ୍ଦ୍ରରେ ଅନୁଷ୍ଠିତ ହେବ। ସେଥିରୁ ହାଇଦ୍ରାବାଦସ୍ଥିତ ଜାତୀୟ ସୁଦୂର ସମ୍ବେଦନ କେନ୍ଦ୍ର (ଏନ୍‌ଆର୍‌ଏସ୍‌ସି)ଠାରେ ଅଂଶୁମାନ ମେ ୧୫ରେ ଯୋଗଦେବେ। ସେଠାରେ ବିଭିନ୍ନ କର୍ମଶାଳା ଓ ବୈଜ୍ଞାନିକଙ୍କ ସହ ଆଲୋଚନାରେ ସେ ଅଂଶଗ୍ରହଣ କରିବେ। ମେ ୨୬ରୁ ୨୮ ପର୍ଯ୍ୟନ୍ତ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ର (ଏସ୍‌ଡିଏସ୍‌ସି) ଓ ରକେଟ ଉତ୍‌କ୍ଷେପଣ କେନ୍ଦ୍ର ପରିଦର୍ଶନ କରି ଇସ୍ରୋ ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ ଅଂଶୁମାନ। ତାଙ୍କର ଏହି ସଫଳତା ପାଇଁ ତାଙ୍କୁ ବିଦ୍ୟାଳୟ ଅଧ୍ୟକ୍ଷା ଦୀପାନ୍ବିତା ଦାସଙ୍କ ସହ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଅଭିନନ୍ଦନ ଜଣାଇଛନ୍ତି। ସୂଚନାଯୋଗ୍ୟ, ଅଂଶୁମାନ ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିରିରେ କାର୍ଯ୍ୟରତ ଶିକ୍ଷକ ରବୀନ୍ଦ୍ର ସାହୁ ଓ ପ୍ରାଣୀଧନ ନିରୀକ୍ଷକ ରୂପେ କାର୍ଯ୍ୟରତା ନିର୍ମଳା ସାହୁଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ରାମନବମୀ ଅବସରରେ ମୋଟର ସାଇକେଲ ରାଲିରେ ଦୁଇ ରାଜନୈତିକ ଦଳର ସମର୍ଥକ ଶ୍ରେୟ ନେବା ପ୍ରୟାସ

ପଟ୍ଟାଙ୍ଗି,୧୭।୦୪(ଶରତ ଧଳ)ସାରା ରାଜ୍ୟରେ ରାମନବମୀକୁ ନେଇ ରାମ ଓ ହନୁମାନ ମନ୍ଦିର ମାନଙ୍କରେ ଉତ୍ସବ ମୁଖର ହୋଇ ଉଠିଥିବାବେଳେ ଯୁବ ଗୋଷ୍ଠୀଙ୍କ କ୍ଷେତ୍ରରରେ ଏହାକୁ ନେଇ...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ମେଡିକାଲ ଆସୁଥିବା ବେଳେ ବାଇକ୍‌ଆରୋହୀଙ୍କୁ ଚାପିଦେଲା ବାଲି ବୋଝେଇ ଟିପ୍ପର

କୋରାପୁଟ,୧୫ା୪: କୋରାପୁଟ ଜିଲା ୨୬ ନମ୍ବର ଜାତୀୟ ରାଜପଥ ମୃର୍ତ୍ତିକା ସଂରକ୍ଷଣ କଲୋନୀ ନିକଟରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ...

୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର

ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ...

ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri