ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ଅଷ୍ଠମ ସତନ୍ତ୍ରବାଟାଲିୟନ ରନର୍ସ ଅପ ହୋଇଛି। ଯାହାକୁ ନେଇ ବାଟାଲିୟନ ଯବାନ ମାନେ ଖୁସିବ୍ୟକ୍ତ କରିଛନ୍ତି। ଏଏସଆଇ ଶ୍ରୀଧଜ ଅଧିକାରୀଙ୍କ ନେତୃତ୍ୱରେ ୨୫ ଜଣିଆ ଟିମ ଭୁବନେଶର ଯାଇଥିଲେ। ୨୧ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଶିବିର ସେଠାରେ ହୋଇଥିଲା। ଶନିବାର ସନ୍ଧ୍ୟାରେ ଯବାନମାନେ ତନରଡ଼ା କ୍ୟାମ୍ପକୁ ଫେରିବା ପରେ ସେମାନଙ୍କୁ କମାଣ୍ଡିଙ୍ଗ ଅଫିସର୍‌ ସୁଧାକର ମିଶ୍ର, ଡେପୁଟୀ କମାଣ୍ଡିଙ୍ଗ ଅଫିସର୍‌ ଅଜୟ କୁମାର ମୁର୍ମୁ, ଆସିଷ୍ଟାଣ୍ଟ କମାଣ୍ଡିଙ୍ଗ ଅଫିସର୍‌ ମନୋରଞ୍ଜନ ତରାଇ, ବିଘ୍ନେଶ୍ୱର ରାଓ, ଏସ ଖାନ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ଉଦଯାପନୀ ଉତ୍ସବରେ ଆରକ୍ଷୀ ମହାନିର୍ଦ୍ଦେଶକ ( କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ହୋଇଥିବା ବିଭିନ୍ନ ବାଟାଲିୟନ ଓ ଶ୍ରେଷ୍ଠ କମାଣ୍ଡୋ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଏହି ପ୍ରତିଯୋଗିତାରେ ଓଏସଏପି ଷଷ୍ଠ ବାଟାଲିୟନ, କଟକ ଚମ୍ପିୟନ ଦଳ ଭାବେ ପୁରସ୍କୃତ ହୋଇଥିବା ବେଳେ ଅଷ୍ଟମ ସ୍ବତନ୍ତ୍ର ଆଇଆରବି ବାଟାଲିୟନ ଭଞ୍ଜନଗର ରନର୍ସ-ଅପ ଦଳ ଭାବେ ପୁରସ୍କୃତ ହୋଇଥିଲା। ସେହିପରି ୪ର୍ଥ ଆଇଆରବି ବାଟାଲିୟନ ଦେଓଗଡ଼ ହାର୍ଡ ଲାଇନର୍‌ ଟ୍ରଫି ହାସଲ କରିଛି।ଏହାକୁ ବାଦ୍‌ ଦେଇ ଶ୍ରେଷ୍ଠ କମାଣ୍ଡୋ ଭାବେ କପୁର ଚନ ଭୁଏ, ହାବିଲଦାର କେଶବ ଧରୁଆ ଦ୍ୱିତୀୟ ଶ୍ରେଷ୍ଠ କମାଣ୍ଡୋ ଏବଂ କପୁର ଚନ ଭୁଏ ଚିତା ଟ୍ରଫି ମୁଖ୍ୟ ଅତିଥିଙ୍କ ନିକଟରୁ ଗ୍ରହଣ କରିଥିଲେ। ପ୍ରତିଯୋଗିତାରେ ଓଡ଼ିଶା ପୁଲିସର ବିଭିନ୍ନ ସଶସ୍ତ୍ର ବାଟାଲିୟନ୍ର ୧୭ ଟି ଟିମର ୪୦୨ ଜଣ କମାଣ୍ଡୋ ଅଂଶ ଗ୍ରହଣ କରି ନିଜ ଦକ୍ଷତା ପ୍ରଦର୍ଶନ କରିଥିଲେ। ଉଦ୍‌ଯାପନୀ ସମାରୋହରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର) ରାଜେଶ କୁମାର, ମାଣ୍ଡାଣ୍ଟ, ଏସଓଜି, ଲୋଚନ ପଶାୟତ, କ୍ରୀଡା ଅଧିକାରୀ, ନୀଳ ମାଧବ ସାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri