Posted inଜାତୀୟ

ଲୋକ ସଭାରେ ଆଣ୍ଟାର୍କଟିକ୍‌ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୩ା୭: ନିକଟରେ କେନ୍ଦ୍ର ସରକାର ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଉପରେ ଲାଗୁ କରିଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଏବଂ ଦରବୃଦ୍ଧି ନେଇ ବିରୋଧୀ ଦଳଗୁଡ଼ିକ ଶୁକ୍ରବାର ପାର୍ଲାମେଣ୍ଟରେ ହଟ୍ଟଗୋଳ କରିଛନ୍ତି। ଏହି ଦୁଇ ପ୍ରସଙ୍ଗରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଅଲୋଚନା ଦାବିରେ କଂଗ୍ରେସ, ଏନ୍‌ସିପି, ସିପିଆଇ, ସିପିଏମ୍‌, ଶିବସେନା, ଡିଏମ୍‌କେ, ଆର୍‌ଏସ୍‌ପି ଏବଂ ଅନ୍ୟ କେତେକ ଦଳର ସଦସ୍ୟ ଗାନ୍ଧୀ ମୂର୍ତ୍ତି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ପ୍ଲାକାର୍ଡ ଓ ବ୍ୟାନର ଧରି ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଏଥିସହ ପ୍ରଧାନମନ୍ତ୍ରୀ ଏନେଇ ଗୃହରେ ବିବୃତି ରଖନ୍ତୁ ବୋଲି ଦାବି କରିଥିଲେ। ଇତିମଧ୍ୟରେ ଲୋକ ସଭାରେ ମୌସୁମୀ ଅଧିବେଶନର ପ୍ରଥମ ବିଧେୟକ ଗୃହୀତ ହୋଇଛି।
ବିରୋଧୀଙ୍କ ବିକ୍ଷୋଭ ମଧ୍ୟରେ ଲୋକ ସଭାରେ ଇଣ୍ଡିଆନ୍‌ ଆଣ୍ଟାର୍କଟିକ୍‌ ବିଲ୍‌,୨୦୨୨ ଗୃହୀତ ହୋଇଛି। ଭୂବିଜ୍ଞାନ ମନ୍ତ୍ରୀ ଜିତେନ୍ଦ୍ର ସିଂଙ୍କ ଦ୍ୱାରା ଆଗତ ଏହି ବିଧେୟକ ଆଇନରେ ପରିଣତ ହେଲେ ଆଣ୍ଟାର୍କଟିକ୍‌ ଅଞ୍ଚଳରେ ଭାରତ ପକ୍ଷରୁ ପ୍ରତିଷ୍ଠିତ ଗବେଷଣା କେନ୍ଦ୍ରଗୁଡ଼ିକରେ ଘରୋଇ ଆଇନଗୁଡ଼ିକୁ କାର୍ଯକାରୀ କରାଯାଇପାରିବ। ୧୯୫୯ରେ ସ୍ବାକ୍ଷରିତ ଆଣ୍ଟାର୍କଟିକ୍‌ ଚୁକ୍ତିରେ ଭାରତ ୧୯୮୩ରେ ସ୍ବାକ୍ଷର କରିଥିଲା। ଆଣ୍ଟର୍କଟିକାକୁ ସାମରିକ କାର୍ଯ୍ୟକଳାପ ପାଇଁ ବ୍ୟବହାର ନ କରି ସମ୍ପୃକ୍ତ ଅଞ୍ଚଳରୁ ସମ୍ପୂର୍ଣ୍ଣ ସୈନ୍ୟ ପ୍ରତ୍ୟାହାର ସୁନିଶ୍ଚିତ କରିବା ଥିଲା ଏହାର ମୁଖ୍ୟ ଉଦ୍ଦେଶ୍ୟ। ସେହିପରି ଆଣ୍ଟର୍କଟିକାରେ ଖନନ କିମ୍ବା ଅନ୍ୟ କୌଣସି ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ନ ରହିବା ମଧ୍ୟ ଏହାର ଅନ୍ୟତମ ଲକ୍ଷ୍ୟ ବୋଲି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଥିଲେ। ଉକ୍ତ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଭୂବିଜ୍ଞାନ ସଚିବଙ୍କ ଅଧ୍ୟକ୍ଷତାରେ ତଥା ଅନ୍ୟ କେତେକ ମନ୍ତ୍ରଣାଳୟର ପ୍ରତିନିଧିଙ୍କୁ ନେଇ ଏକ କମିଟି ଗଠନ କରାଯିବ। ଏହା ପରେ ସେହି ମହାଦେଶରେ ଭାରତୀୟ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ଦଖଲରେ ଥିବା ସ୍ଥାନରେ ଭାରତୀୟ ଆଇନ ଲାଗୁ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ। ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ବିତର୍କରେ ଭାଗନେଇ କହିଥିଲେ, ଆଣ୍ଟର୍କଟିକାକୁ ଏକ ପ୍ରାକୃତିକ ସଂରକ୍ଷିତ ଅଞ୍ଚଳ ଭାବେ ପ୍ରୋତ୍ସାହନ ଦେବା ପାଇଁ ଏହି ବିଲ୍‌ ଅଣାଯାଇଛି। ଗୁରୁବାର ବିରୋଧୀ ଦଳ ସଦସ୍ୟମାନେ ବିକ୍ଷୋଭ କରିବାରୁ ଏହା ଉପରେ ଆଲୋଚନାକୁ ସ୍ଥଗିତ ରଖାଯାଇଥିଲା। କିନ୍ତୁ ସେମାନେ ଗୃହକୁ ନ ଆସି ବାହାରେ ବିକ୍ଷୋଭ କରୁଛନ୍ତି। ଗୃହରେ ଅଧ୍ୟକ୍ଷତା କରୁଥିବା ରାଜେନ୍ଦ୍ର ଅଗ୍ରଓ୍ବାଲ ବିରୋଧୀ ସଦସ୍ୟଙ୍କୁ ବିକ୍ଷୋଭ ବନ୍ଦ କରି ବିତର୍କରେ ସାମିଲ ହେବାକୁ ପରାମର୍ଶ ଦେଇଥିଲେ। କିନ୍ତୁ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଦରଦାମ୍‌ ବୃଦ୍ଧି ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ବିଲ୍‌ ପାସ୍‌ ହେବା ପରେ ଗୃହକୁ ସୋମବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri