Posted inଖେଳ

ଆନ୍ତଃ ସ୍କୁଲ ଫୁଟ୍‌ବଲ: କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୬।୯(ତପନ ସ୍ବାଇଁ): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ କିସ୍‌ ସ୍କୁଲ ୧-୦ ଗୋଲରେ ୟୁନିଟ-୩ କ୍ୟାପିଟାଲ ହାଇସ୍କୁଲକୁ ହରାଇ ଚାମ୍ପିୟନ ହୋଇଛି। ମ୍ୟାଚଟି ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ତେବେ ମ୍ୟାଚର ୧୩ଶ ମିନିଟରେ କିସ୍‌ର ଅଭିଷେକ ଓରାମ ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ପ୍ରଭାବୀ ପ୍ରଦର୍ଶନ ପାଇଁ କିସ୍‌ର ଗୋବିନ୍ଦ୍ର ହେମ୍ବ୍ରମ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ଶ୍ରେଷ୍ଠ ଗୋଲକିପର, ଡିଫେଣ୍ଡର, ମିଡ୍‌ ଫିଲ୍ଡର ଓ ଫରଓ୍ବାର୍ଡ ଭାବେ ସତ୍ୟମ ସିଂ, କହ୍ନର ଟୁଡୁ, ଅଭିଷେକ ଓରାମ ଏବଂ ଅମର ସମଦ ପୁରସ୍କୃତ ହୋଇଥିଲେ। ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପରତୁଆଲ ଟେଟେ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ପାଇଥିଲେ। ଉଦ୍‌ଯାପନୀ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, ୟୁନିଟ-୬ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁପାଲି ସେନାପତି, କର୍ପୋରେଟର ପୁଷ୍ପା ରାଉତ, ୟୁନିଟ-୬ ଆଲୁମନିର ଚେୟାରମ୍ୟାନ ସୂର୍ଯ୍ୟ ନାରାୟଣ ଦାସ ଓ ସାମାଜିକ କର୍ମୀ ମଧୁସୂଦନ ରେଡ୍ଡୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଆୟୋଜକ ଆସୋସିଏଶନ ଉପଦେଷ୍ଟା ତଥା ବିଧାୟକ ପଦ୍ମନାଭ ବେହେରା, ସଭାପତି ତପନ କୁମାର ମହାନ୍ତି ଓ ସମ୍ପାଦକ ଦିଲୀପ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri