Posted inଜାତୀୟ

କର୍ନାଟକ ବିଧାନସଭାରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ

ବେଙ୍ଗାଲୁରୁ, ୨୨ା୯: କର୍ନାଟକ ବିଧାନସଭାରେ ବୁଧବାର ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପ୍ରବଳ ହଟ୍ଟଗାଳ ମଧ୍ୟରେ ଧର୍ମାନ୍ତରୀକରଣ ନିରୋଧୀ ବିଲ୍‌ ଗୃହୀତ ହୋଇଛି। ଗତ ସପ୍ତାହରେ ସାମାନ୍ୟ ସଂଶୋଧନ ପରେ ବିଧାନ ପରିଷଦରେ ଗୃହୀତ ହୋଇଥିବା ଏହି ବିଲ୍‌କୁ ବିଧାନସଭାର ମଞ୍ଜୁରୀ ମିଳିବା ପରେ ଆଇନରେ ପରିଣତ କରିବା ପାଇଁ ରାଜ୍ୟପାଳଙ୍କ ନିକଟକୁ ପଠାଯିବ।
ଧର୍ମ ସ୍ବାଧୀନତା ଅଧିକାର ସୁରକ୍ଷା ବିଲ୍‌ ୨୦୨୧ ଡିସେମ୍ବରରେ ରାଜ୍ୟ ବିଧାନସଭାରେ ଗୃହୀତ ହୋଇଥିଲା। ତେବେ ଏହା ବିଧାନ ପରିଷଦରେ ବିଚରାଧୀନ ଥିବାବେଳେ ଶାସକ ଭାଜପା ଏ ସଂକ୍ରାନ୍ତରେ ଏକ ଅଧ୍ୟାଦେଶ ଆଣିଥିଲା। ଚଳିତ ବର୍ଷ ଉଚ୍ଚ ସଦନରେ ଭାଜପା ସଂଖ୍ୟା ଗରିଷ୍ଠତା ଲାଭ କରିବା ପରେ ଗତ ସପ୍ତାହରେ ଏହାକୁ ବିଧାନ ପରିଷଦରେ ଆଗତ କରାଯାଇଥିଲା। ବୁଧବାର ଗୃହମନ୍ତ୍ରୀ ଅରଗା ଜ୍ଞାନେନ୍ଦ୍ର କର୍ନାଟକ ପ୍ରୋଟେକ୍ସନ ଅଫ୍‌ ରାଇଟ୍‌ ଟୁ ଫ୍ରିଡମ୍‌ ଅଫ୍‌ ରିଲିଜିଅନ ବିଲ୍‌, ୨୦୨୨ ଆଗତ କରିଥିଲେ। ରାଜ୍ୟପାଳ ମୋହର ଦେବା ପରେ ୨୦୨୨ ମେ ୧୭ରୁ ଏହା ପିଛିଲା ଭାବେ କାର୍ଯ୍ୟକାରୀ ହେବ। କାରଣ ଏହି ଦିନ ରାଜ୍ୟ ସରକାର ଅଧ୍ୟାଦେଶ ଆଣିଥିଲେ। ଅନ୍ୟପକ୍ଷେ କଂଗ୍ରେସ ଉକ୍ତ ବିଲ୍‌କୁ କୋର୍ଟରେ ଚ୍ୟାଲେଞ୍ଜ କରିବା ପାଇଁ ଚେତାବନୀ ଦେଇଛି। ବିଲ୍‌ର ଉଦ୍ଦେଶ୍ୟ ମନ୍ଦ ଏବଂ ରାଜନୈତିକ ଅଭିସନ୍ଧି ରଖି ଏହାକୁ ଅଣାଯାଇଛି। ଏହି ବେଆଇନ ତଥା ଅସାମ୍ବିଧାନିକ ବିଧେୟକ ଉପରେ ସ୍ଥଗିତାଦେଶ କିମ୍ବା ଏହାକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବା ପାଇଁ କୋର୍ଟର ଆଶ୍ରୟ ନେବୁ ବୋଲି ଗୃହରେ କଂଗ୍ରେସ ଉପନେତା ୟୁ.ଟି. ଖଦେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri