ନାଲ୍‌କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ନିକଟରେ ପାଳିତ ହୋଇଯାଇଛି। ଏପରିକି ଚଳିତ ବର୍ଷର ବିଷୟବସ୍ତୁ ‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି’ ଆଧାରରେ ନାଲକୋର ସମସ୍ତ ୟୁନିଟ ତଥା ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ପୋର୍ଟ ଫାସିଲିଟିଠାରେ ମଧ୍ୟ ବିଭିନ୍ନ ସଚେତନତା ଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ସେହିଭଳି ଜୀବନରେ ଅଖଣ୍ଡତା, ସାଧୁତା ଏବଂ ଉତ୍ତରଦାୟିତ୍ୱର ବାର୍ତ୍ତା ପ୍ରଚାର ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏପରିକି ଅଖଣ୍ଡତା ଶପଥ ପାଠ, ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ତର୍କ ପ୍ରତିଯୋଗିତା, କର୍ମଚାରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ମାନ ମଧ୍ୟ ଆୟୋଜିତ ହୋଇଥିଲା।
ଅପରପକ୍ଷରେ କଟକ-ଭୁବନେଶ୍ୱରର ୩୫ରୁ ଅଧିକ ଶିକ୍ଷାନୁଷ୍ଠାନରୁ ପ୍ରାୟ ୩୦୦ ପ୍ରତିଯୋଗୀ ଏହି ତର୍କ ତଥା ବକ୍ତୃତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।
ସେହିପରି ନାଲକୋ କର୍ପୋରେଟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ନାଲକୋର ନିର୍ଦ୍ଦେଶକ (ପି ଆଣ୍ଡ ଟି) ଏବଂ ନିର୍ଦ୍ଦେଶକ (ଏଚ୍‌ଆର୍‌, ଅତିରିକ୍ତ ଦାୟିତ୍ୱ) ଜଗଦୀଶ ଅରୋରା, ନିର୍ଦ୍ଦେଶକ (ଉତ୍ପାଦନ) ପଙ୍କଜ କୁମାର ଶର୍ମା, ଆଇଆର୍‌ଏସ୍‌ଇ, ସିଭିଓ ହରଶିମରନ ସିଂ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri