ଓଏମ୍‌ସି ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୧।୧୧: ଓଡ଼ିଶା ଖଣି ନିଗମ (ଓଏମ୍‌ସି) ପକ୍ଷରୁ ସୋମବାର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଭୁବନେଶ୍ୱର ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଏମସିର ମୁଖ୍ୟ ଦୁର୍ନୀତି ନିବାରଣ ଅଧିକାରୀ ଦେବେନ୍ଦ୍ର କୁମାର ନନ୍ଦଙ୍କ ସଂଯୋଜନାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଏମସିର ବିତ୍ତ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ କମ୍ପାନୀର ମାନବ ସମ୍ବଳ ନିର୍ଦ୍ଦେଶକ ଆଲୋକ କୁମାର ପାଳ, ପ୍ରକଳ୍ପ ଓ ଯୋଜନା ନିର୍ଦ୍ଦେଶକ କ୍ଷୀରୋଦ ଚନ୍ଦ୍ର ବ୍ରହ୍ମ, କାର୍ମିକ ଓ ପ୍ରଶାସନ ମହାପ୍ରବନ୍ଧକ ଅଶୋକ କୁମାର ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ବିଭାଗୀୟ ମୁଖ୍ୟ ଏବଂ ଅନ୍ୟ ପ୍ରମୁଖ ଅଧିକାରୀ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଦୁର୍ନୀତି ନିବାରଣ ନିମିତ୍ତ ଶପଥ ପାଠ କରିଥିଲେ।
ଏ ସମ୍ପର୍କରେ ଓଏମସିର ବିତ୍ତ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି ଦୁର୍ନୀତିକୁ ଏକ ସାମାଜିକ ବ୍ୟାଧି ବୋଲି ବର୍ଣ୍ଣନା କରିବା ସହ ଏହାର ନିରାକରଣ ଦିଗରେ ସମସ୍ତେ ଯତ୍ନବାନ ହେବାକୁ ମଧ୍ୟ ପରାମର୍ଶ ଦେଇଥିଲେ। ସେହିଭଳି ମାନବ ସମ୍ବଳ ନିର୍ଦ୍ଦେଶକ ଆଲୋକ କୁମାର ପାଳ କହିଥିଲେ ଯେ ଦୁର୍ନୀତିକୁ ପ୍ରଶମିତ କରିବା ଅନିବାର୍ଯ୍ୟ ଅଟେ। ସେହିପରି ପ୍ରକଳ୍ପ ଓ ଯୋଜନା ନିର୍ଦ୍ଦେଶକ କ୍ଷୀରୋଦ ଚନ୍ଦ୍ର ବ୍ରହ୍ମ କହିଥିଲେ ଯେ ଲୋଭ ପରିହାର କରି ସଚ୍ଚୋଟପଣିଆକୁ ଆଦରି ନେଲେ ସମାଜରେ ପରିବର୍ତ୍ତନ ଆସିପାରିବ। ଅପରପକ୍ଷରେ ଓଏମସିର କାର୍ମିକ ଓ ପ୍ରଶାସନ ମହାପ୍ରବନ୍ଧକ ଅଶୋକ କୁମାର ବେହେରା ଚଳିତ ବର୍ଷର ବାର୍ତ୍ତା ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ ଉପରେ ଆଲୋକପାତ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ଖଣି ନିଗମର ମୁଖ୍ୟ କାର୍ଯ୍ୟାଳୟ ସମେତ ବିଭିନ୍ନ କ୍ଷେତ୍ରୀୟ କାର୍ଯ୍ୟାଳୟରେ ମଧ୍ୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ସୂଚନାଯୋଗ୍ୟ ଯେ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ଭାରତରତ୍ନ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ତିଥି ପାଳନ ଅବସରରେ ସମଗ୍ର ଦେଶରେ କେନ୍ଦ୍ର ଭିଜିଲାନ୍ସ କମିଶନଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ‘ଅକ୍ଟୋବର ୨୬ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri