ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଇଁ ପଦଯାତ୍ରା: ଆଜିଠୁ ଆରମ୍ଭ ହୋଇ ଏହି ଦିନ ଯାଏ ଚାଲିବ

ବଲାଙ୍ଗୀର, ୨୭।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସୋମବାର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଆରମ୍ଭ ହୋଇଛି । ଏହି ଦୁର୍ନୀତି ସଚେତନତା ସପ୍ତାହ ପାଳନ ଅକ୍ଟୋବର ୨୭ରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଭିଜିଲାନ୍ସ ଉପଆରକ୍ଷୀ ଅଧିକ୍ଷକ ପୁଲସ୍ତି ଛତ୍ରିଆ ,ଆରକ୍ଷୀ ନିରୀକ୍ଷକ ଟେରେସା ଖେସ, ଉପ ଆରକ୍ଷୀ ନିରକ୍ଷକ ଝସକେତନ ବାରିକ, ଶଙ୍କର ଚରଣ କ୍ଷେତି, ଦିଲୀପ କୁମାର ନାୟକଙ୍କ ନେତୃତ୍ୱରେ ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଅଧ୍ୟକ୍ଷ ପ୍ରଫେସର ଡ଼ା. ମନୋଜ ସାହୁ, ସମସ୍ତ ଛାତ୍ରୀଛାତ୍ର, ସ୍ନାତକୋତ୍ତର ଛାତ୍ରୀଛାତ୍ର ବିଭିନ୍ନ ବିଭାଗର ପ୍ରଫେସର, ଡାକ୍ତର, କର୍ମଚାରୀ ସଚେତନତା ପଦଯାତ୍ରାରେ ସହର ପରିକ୍ରମା କରିଥିଲେ । ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲରୁ ପଦଯାତ୍ରା ବାହାରି ସହରର ଭାଗିରଥ ଛକ, ଏସ୍ପି ଅଫିସ, ଶିଶୁ ଉଦ୍ୟାନ, ଗୁଗୁଡ଼ିପଡ଼ା ପରିକ୍ରମା କରିଥିଲା। ଉପ ଆରକ୍ଷୀ ଅଧିକ୍ଷକ ପୁଲସ୍ତି ଛତ୍ରିଆ,ଛାତ୍ରୀଛାତ୍ର ତଥା କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଦୁର୍ନୀତି ନିବାରଣ ସପ୍ତାହର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ । ପୂର୍ବାହ୍ନ ୧୧ଟା ସମୟରେ ସରକାରୀ ଆୟୁର୍ବେଦିକ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଡା. ଶିବବ୍ରତ ବେହେରାଙ୍କ ନେତୃତ୍ୱରେ ସମସ୍ତ ଛାତ୍ରୀଛାତ୍ର ଓ କର୍ମଚାରୀ ଏକତ୍ରିତ ହୋଇ ଓଡ଼ିଶା ସରକାରଙ୍କ ଦ୍ବାରା ଆୟୋଜିତ ରାଜ୍ୟସ୍ତରୀୟ ଦୁର୍ନୀତି
ନିବାରଣ ସଚେତନତା ସପ୍ତାହ ୨୦୨୫ କାର୍ଯକ୍ରମରେ ଯୋଗଦାନ କରି ସାମୂହିକ ଶପଥ ପାଠ କରିଥିଲେ । ଏହି ସାମୂହିକ ଶପଥ ପାଠ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଡା. ଶିବ ପ୍ରସାଦ ବେହେରା, ଡା. ବୁଦ୍ଧଦେବ ମିଶ୍ର, ପଡ଼ ଭାଗ୍ୟ ରଂଜନ ଦାଶ, ଡା. ସ୍ନେହଲତା ପ୍ରଧାନ, ଡା. ଦୁଷ୍ମନ୍ତ କୁମାର ମାଝୀ, ଡା. ତ୍ରିଲୋଚନ ପଣ୍ଡା, ଡା. ଲିଲି ମେହେର, ଡା. ସୋମ୍ୟାଲିନା ବରାଳ , ଡା. ସିଦ୍ଧାର୍ଥ ନାୟକ, ଡା. ବାସନ୍ତୀ ଗଡ଼ନାୟକ, ଡା. ବଳରାମ ପ୍ରଧାନ , ପି ଜି ଡାକ୍ତର ମିଥିଳା ଜେଦେ, ଗୃହ ଚିକିଶ୍ରିକ ଡ ସୁବ୍ରତ ସିଂ ରାଜପୁତ, ଡ଼ ଅସିତ୍‌ କୁମାର ସାହୁ ସାମିଲ ଥିଲେ। ଶୋଭାଯାତ୍ରା ସମୟରେ ଦୁର୍ନୀତି ନିବାରଣ ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ ଦେଇ ହାତରେ ପ୍ଲାକାର୍ଡ ଧରି ଜନସଚେତନତା ସୃଷ୍ଟି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri