ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର, ୬।୧୧: ଦେଶର ପ୍ରମୁଖ ନବରତ୍ନା କମ୍ପାନୀ ନାଲକୋ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ସାଧାରଣ ଜୀବନରେ ଅଖଣ୍ଡତା, ସାଧୁତା ଏବଂ ଉତ୍ତରଦାୟିତ୍ୱର ବାର୍ତ୍ତା ପ୍ରଚାର ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କ୍ରମରେ ଭୁବନେଶ୍ୱର ଏବଂ କଟକର ଅଗ୍ରଣୀ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକ ମଧ୍ୟରେ ଏକ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାରେ ୩୦ଟି ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ୨୦୦ରୁ ଅଧିକ ଛାତ୍ରୀଛାତ୍ର ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ସେହିଭଳି କମ୍ପାନୀର କର୍ମଚାରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହୋଇଥିଲାବେଳେ ନିକଟରେ ନାଲକୋ କର୍ପୋରେଟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ କୃତି ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।
ସେହିପରି ନାଲକୋର ସିଏମଡି ଶ୍ରୀଧର ପାତ୍ର ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଦୁର୍ନୀତି ବିରୋଧ ଲଢେଇରେ ଆଚରଣଗତ ପରିବର୍ତ୍ତନ ପାଇଁ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ସେ କହିଥିଲେ, ଭଲ କାର୍ଯ୍ୟ, ଉତ୍ତମ ଚିନ୍ତାଧାରା, ଉତ୍ତମ ବ୍ୟବହାର ପ୍ରଦର୍ଶନ ଇତ୍ୟାଦି ଦୁର୍ନୀତିଗ୍ରସ୍ତ ପ୍ରଥାକୁ ନିରୁତ୍ସାହିତ କରିବାର ଉପାୟ ଅଟେ। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱରସ୍ଥିତ ଫରେଷ୍ଟ ଇଣ୍ଟିଗ୍ରେଟେଡ୍‌ ରିଜିଓନାଲ ଅଫିସର ଡେପୁଟି ଡାଇରେକ୍ଟର ଜେନେରାଲ୍‌ ଆର୍ତ୍ତତ୍ରାଣ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ନାଲକୋର ନିର୍ଦ୍ଦେଶକ (ବିତ୍ତ) ରମେଶ ଚନ୍ଦ୍ର ଯୋଶୀ, ନିର୍ଦ୍ଦେଶକ (ଉତ୍ପାଦନ) ପଙ୍କଜ କୁମାର ଶର୍ମା ଏବଂ ମୁଖ୍ୟ ସତର୍କତା ଅଧିକାରୀ ସୋମନାଥ ହାନ୍ସଦା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏପରିକି ପ୍ରାରମମ୍ଭିକ ବକ୍ତବ୍ୟରେ ସୋମନାଥ ହାଁସଦା ଗତ ତିନି ମାସ ମଧ୍ୟରେ ନାଲକୋ ଭିଜିଲାନ୍ସ ବିଭାଗ ଦ୍ୱାରା ଦୁର୍ନୀତିର ମୁକାବିଲା ସଚେତନତା ପ୍ରସାର ନିମନ୍ତେ କରାଯାଇଥିବା କାର୍ଯ୍ୟକଳାପକୁ ପ୍ରଶଂସା କରିଥିଲେ। ମୁଖ୍ୟ ଅତିଥି ମିଶ୍ର ତାଙ୍କ ସମ୍ବୋଧନରେ ପ୍ରତିଯୋଗିତା ପରିବର୍ତ୍ତେ ସହଯୋଗ ମାଧ୍ୟମରେ କିପରି ବିଶ୍ୱକୁ ଏକ ଉତ୍ତମ ସ୍ଥାନ ରୂପେ ଗଢାଯାଇପାରିବ ସେ ବିଷୟରେ ବିସ୍ତୃତ ବ୍ୟାଖ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri