ଆୟୋଜକଙ୍କୁ ଦାୟୀ କରିବା ହିନ୍ଦୁ ବିରୋଧୀ ମାନସିକତା: ଭାଜପା

ଭୁବନେଶ୍ବର, ୨୬।୪(ବ୍ୟୁରୋ): ବିଜେଡି ଶାସନରେ ଓଡ଼ିଶାରେ ଅରାଜକତା ବ୍ୟାପିଛି। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ରାଜ୍ୟବାସୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସମ୍ବଲପୁରଠାରେ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ସମୟରେ ଘଟିଥିବା ବିଶୃଙ୍ଖଳା ପାଇଁ ଆୟୋଜକମାନଙ୍କୁ ଦାୟୀ କରାଯିବା ହିନ୍ଦୁ ବିରୋଧୀ ମାନସିକତାର ପରିଚୟ ନୁହେଁ କି ବୋଲି ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ଗତ ୧୨ରେ ସମ୍ବଲପୁରରେ ହନୁମାନ ଜୟନ୍ତୀ ପୂର୍ବ ଶୋଭାଯାତ୍ରାରେ ପଥର ମାଡ଼, ଠେଙ୍ଗାରେ ଆକ୍ରମଣ ଓ କିଛି ଲୋକଙ୍କ ଘରର ଛାତ ଉପରୁ ପେଟ୍ରୋଲ ବମ୍‌ ଜବତ କରାଗଲା। ନିକଟରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ବକ୍ତବ୍ୟରୁ ସ୍ପଷ୍ଟ ହେଉଛି, ଏହି ଦଙ୍ଗା ସୃଷ୍ଟିକାରୀଙ୍କୁ ବିଜେଡି ସୁରକ୍ଷା ଦେଉଛି। ମନ୍ତ୍ରୀ ଇତିହାସର ଦ୍ୱାହି ଦେଉଛନ୍ତି, ଯଦି ତାଙ୍କର ସାହସ ଅଛି ତେବେ ତାଙ୍କ ଦଳର ନେତାଙ୍କୁ କହି ୨୦୦୭ର କନ୍ଧମାଳ ଦଙ୍ଗା, ୨୦୦୮ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାର କମିଶନ ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାନ୍ତୁ। ସରେଇପାଲି ଆଇଆଇସି ଧୀରେନ କୁମାର ସ୍ବାଇଁ ଏତଲାରେ ସ୍ପଷ୍ଟ କରି ଲେଖିଥିଲେ, ୧୫୦ ରୁ ୧୬୦ ଦଙ୍ଗାକାରୀ ଥିଲେ। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଏତେ ବଡ ଘଟଣାରେ ପୋଲିସ ମାତ୍ର ୩୦ଜଣଙ୍କୁ ଗିରଫ କରି ହାତବାନ୍ଧି ବସିଛି। ଅନ୍ୟ ଦଙ୍ଗାକାରୀଙ୍କୁ ଗିରଫ ନ କରିବାକୁ କିଏ ଚାପ ସୃଷ୍ଟି କରୁଛନ୍ତି ଏବଂ କିଏ ପୋଲିସ ହାତ ବାନ୍ଧିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ପ୍ରରୋଚନାରେ ପୋଲିସ ବିଶୃଙ୍ଖଳାକାରୀଙ୍କୁ ବଳ ଦେଉଛି। ବାହାର ରାଜ୍ୟର କୁଖ୍ୟାତ ଅପରାଧୀମାନେ ଅନାୟାସରେ ପୁରୀ, ବରଗଡ଼କୁ ଆସିବା ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥାର ନଗ୍ନ ନମୁନା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri