ଆନ୍ତଃରାଜ୍ୟ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ବର,୪ା୧୦(ବ୍ୟୁରୋ):ଦୁର୍ଗାପୂଜା ଦେଖିବାକୁ ଯାଉଥିଲେ ସାବଧାନ। ସହରରେ ମାତିଛନ୍ତି ଏକାଧିକ ପକେଟ୍‌ମାର୍‌ ଗ୍ୟାଙ୍ଗ୍‌। ଭିଡ଼ ଭିତରେ ପକେଟରୁ, ବ୍ୟାଗ୍‌ରୁ ସବୁକିଛି ଲୁଟିନେଉଛନ୍ତି। ପିଲାଙ୍କଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ ବେକରୁ ସୁୁନାଚେନ୍‌ ବି ଝାମ୍ପିନେଉଛନ୍ତି। ଟିକିଏ ସତର୍କ ନ ରହିଲେ ଏସବୁ ତ ହରାଇବେ, ଜୀବନ ବି ଚାଲିଯିବାର ସମ୍ଭାବନା ରହିଛି। କାରଣ ସେମାନଙ୍କ ହାତରେ ରହୁଛି ବ୍ଲେଡ୍‌ ଭଳି ତୀକ୍ଷ୍ଣ ମାରଣାସ୍ତ୍ର। ପୂଜା ଭିଡ଼ରେ ଆତଙ୍କ ଖେଳାଉଥିବା ଏଭଳି ଏକ ଗ୍ୟାଙ୍ଗ୍‌କୁ ନୟାପଲ୍ଲୀ ଥାନା ପୋଲିସ ଧରିଛି। ଗ୍ୟାଙ୍ଗ୍‌ର ୬ଜଣ ସଦସ୍ୟଙ୍କୁ ଗିରଫ କରିବା ସହ ଅନ୍ୟମାନଙ୍କୁ ଖୋଜୁଛି। ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣ ବିହାରର ହୋଇଥିବାବେଳେ ୪ଜଣ ପଶ୍ଚିମବଙ୍ଗର। ସେମାନେ ହେଲେ ଏୟାରଫିଲ୍ଡ ଥାନା ଅଞ୍ଚଳରେ ରହୁଥିବା ବିହାରର ଅଭିକାନ୍ତ ଶର୍ମା ଓ ଗୋପାଳ ଶର୍ମା। ସେହିପରି ପଶ୍ଚିମବଙ୍ଗର ସବ୍‌ ମୁଁ ସିଂ, ଅଜୟ ସିଂ, ଶିବ ସିଂ ଓ ଗଣେଶ ସିଂ। ସେମାନଙ୍କଠାରୁ ଲୁଟ୍‌ ଓ ଚୋରି ପାଇଁ ବ୍ୟବହୃତ ବ୍ଲେଡ୍‌ ଜବତ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଏମାନେ ପୂଜା ମଣ୍ଡପ ନିକଟରେ ଚୁଡି ଦୋକାନ ପକାଇଥିବା ପୋଲିସ ତଦନ୍ତବେଳେ ଜାଣିବାକୁ ପାଇଛି।
ସୂଚନାନୁସାରେ, ରବିବାର ନୟାପଲ୍ଲୀ ଦୁର୍ଗା ପୂଜା ମଣ୍ଡପ ପରିସରରେ ଜଣେ ବ୍ୟକ୍ତିଙ୍କ ପକେଟକୁ କାଟି ଚୋରି କରୁଥିବାବେଳେ ବ୍ୟକ୍ତିଜଣକ ହାତ କଟିଯାଇଥିଲା। ଏନେଇ ଅଭିଯୋଗ ପରେ ପୋଲିସ ଘଟଣାକୁ ଗୁରୁତର ସହ ନେଇ ସିସିଟିଭି ଆଧାରରେ ଅଭିଯୋଗର ୨ଘଣ୍ଟା ପରେ ଜଣଙ୍କୁ କାବୁ କରିଥିଲା। ଏହାପରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପଚରାଉଚରାବେଳେ ସେ ଅନ୍ୟ ୫ ଜଣଙ୍କ ନାଁ କହିଥିଲେ। ପରେ ପୋଲିସ ଚଢାଉ କରି ଅନ୍ୟମାନଙ୍କୁ ଗିରଫ କରିଥିଲା। ତେବେ ଚୋରି ହୋଇଥିବା ଜିନିଷ ପୋଲିସ ଜବତ କରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri