Posted inଜାତୀୟ

ବାଘ ଶାବକ ନାମକରଣ ନେଇ ମହାରାଷ୍ଟ୍ରରେ ଶାସକ ବିରୋଧୀ ମୁହାଁମୁହିଁ…

ମୁମ୍ବାଇ,୧୮।୯ : ମହାରାଷ୍ଟ୍ରରେ ବାଘ ଶାବକ ନାମକରଣକୁ ନେଇ ଏକ କାର୍ଯ୍ୟକ୍ରମ ପରେ ଏକ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କୁହାଯାଉଛି ନାମକରଣରେ ‘ଆଦିତ୍ୟ’ ନାମକ ଏକ କାଗଜ ଲକତ ଡ୍ରରୁ ଆସିବାରୁ ଏହାକୁ ପ୍ରତ୍ୟାହାର କରି ନିଆଯାଇଥିଲା ଏବଂ ତା ବଦଳରେ ଆଉ ଏକ ଡ୍ର କରାଯାଇଥିଲା। ଏନେଇ ଶିବସେନା (ୟୁବିଟି) କହିଛି ଆଦିତ୍ୟ ଠାକରେଙ୍କ ନାମକୁ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର ଭୟଭୀତ ଅଛନ୍ତି। ବିରୋଧୀଦଳର ନେତାମାନେ ଏହି ନାମକୁ ପୂର୍ବତନ ସିଏମ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କ ସହ ଯୋଡିଛନ୍ତି।

ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଜଙ୍ଗଲ ମନ୍ତ୍ରୀ ସୁଧୀର ମୁଙ୍ଗନ୍ତୀୱରଙ୍କୁ ତିନି ବାଘ ଛୁଆର ନାମକରଣ ପାଇଁ ଛତ୍ରପତି ସମ୍ଭାଜୀନଗର ଡକାଯାଇଥିଲା। କାର୍ଯ୍ୟକ୍ରମର ଭିଡିଓରେ ଦର୍ଶାଯାଇଛି ଶିନ୍ଦେ ଏକ କାଚପାତ୍ରରେ ରଖାଯାଇଥିବା ନାମକରଣର କାଗଜ ବାହାର କରିବା ପରେ ଅଜିତ ପାୱାରଙ୍କୁ ଅନ୍ୟ ପାତ୍ରରୁ କାଗଜ ବାହାର କରିବାକୁ ଅନୁରୋଧ କରାଯାଇଥିଲା। ପାୱାର ହସି ହସି ତାଙ୍କ କାଗଜକୁ କାହାକୁ ଦେଖାଇଲେ। ତେବେ ପଛରୁ କେହି କହୁଥିବାର ଶୁଣାଯାଉଛି ଏହା ହେଉଛି ଆଦିତ୍ୟ ।

ବିଧାନ ପରିଷଦରେ ବିରୋଧୀ ଦଳର ନେତା ଅମ୍ବାଦାସ ଦାନଭେ ଏବଂ ଶିବସେନା (ୟୁବିଟି) କହିଛନ୍ତି ଏହା ଆଦିତ୍ୟ ଠାକରେଙ୍କୁ ଦର୍ଶାଉଥିବା ଆକାଶର ସୂର୍ଯ୍ୟଙ୍କୁ କେହି ଅଟକାଇ ପାରିବେ ନାହିଁ। ଏହି ସରକାର ତାଙ୍କ ନାମକୁ ମଧ୍ୟ ଡରୁଛନ୍ତି। ପରେ, ନାମକରଣ ବିବାଦ ବିଷୟରେ ପଚରାଯାଇଥିବା ପ୍ରଶ୍ନ ପ୍ରତି ଶିନ୍ଦେ ଧ୍ୟାନ ଦେଇ ନ ଥିଲେ । ସେ କହିଥିଲେ, ଏକାସାଙ୍ଗରେ ଦୁଇଟି କାଗଜ କଢ଼ା ଯାଇଥିଲା। ତେଣୁ ଏକ କାଗଜକୁ ରଖା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri