ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ

ବନ୍ତ,୨୨ା୩(ଡି.ଏନ୍‌.ଏ.): ଦଳ ବିରୋଧୀ ମନ୍ତବ୍ୟ ମହଙ୍ଗା ପଡ଼ିଲା। ଦଳରୁ ବିଦା ହେଲେ ବିଜେଡିର ୩ ବରିଷ୍ଠ ନେତା। ଭଦ୍ରକ ଜିଲା ବନ୍ତ ବ୍ଲକ ବିଜେଡିର ବରିଷ୍ଠ ନେତା ପ୍ରାଧ୍ୟାପକ ଡ. ସୁଧାଂଶୁ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଓ ପୂର୍ବତନ ବ୍ଲକ ବିଜେଡି ସଭାପତି କମଳାକାନ୍ତ ସାହୁଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ଜିଲା ସଭାପତି ଜଗନ୍ନାଥ ସ୍ବାଇଁ ଦଳରୁ ବହିଷ୍କାର କରିଛନ୍ତି। ସୋମବାର ଜିଲା ବିଜେଡି କାର୍ଯ୍ୟାଳୟ ଚିଠି ନଂ-୧୪/୨୦୨୩ ଅନୁଯାୟୀ ଜିଲା ସଭାପତି ସ୍ବାଇଁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ରବିବାର ବନ୍ତଠାରେ ‘ଶଙ୍ଖ ମୋର ଗର୍ବ’ ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀରେ ଏହି ୩ ଜଣଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉକ୍ତ ସମ୍ମିଳନୀରେ ସୁଧାଂଶୁ ସିଧାସଳଖ ଭଣ୍ଡାରିପୋଖରୀ ବିଧାୟକ ଓ ବିଧାୟକ ପ୍ରତିନିଧିଙ୍କୁ ଟାର୍ଗେଟ କରି ନାନାଦି ମନ୍ତବ୍ୟ ଦେଇଥିଲେ। ଏହାର ଭିଜୁଆଲ ସୋସିଆଲ ମିଡିଆରେ ଭାଇରାଲ ହେବା ସହ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଥିଲା। ଫଳସ୍ବରୂପ ଦିନକ ପରେ ଜିଲା ସଭାପତି ତାଙ୍କୁ ଦଳରୁ ବିଦା କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri