କେନ୍ଦ୍ର, ରାଜ୍ୟରେ ଜନବିରୋଧୀ ସରକାର ଚାଲିଛି: ଶରତ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୨ ଅକ୍ଟୋବର ୩୧ରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ଶେଷ ହୋଇଛି। ସାରା ଓଡ଼ିଶାର ପାଖାପାଖି ୨୦୦୦ କି.ମି.ରୁ ଅଧିକ ଅତିକ୍ରାନ୍ତ କରି ଶନିବାର ଭୁବନେଶ୍ୱର ଶିଶୁ ଭବନ ଛକଠାରେ ଅପରାହ୍ନ ୫ଟା ୩୦ରେ ପହଞ୍ଚିବା ପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ୍‌ ଦାସ ଏବଂ ପ୍ରଦେଶ କଂଗ୍ରେସର ବରିଷ୍ଠ ନେତୃବର୍ଗ ସ୍ବାଗତ କରିବା ସହିତ ଭାରତ ଯୋଡୋ ଓଡ଼ିଶା ଯାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଶହ ଶହ କଂଗ୍ରେସ କର୍ମୀ ଏବଂ ନେତୃବର୍ଗ ଭୁବନେଶ୍ୱର ଶିଶୁ ଭବନ ଛକଠାରୁ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ଘଣ୍ଟ, ପାରମ୍ପରିକ ନୃତ୍ୟ ଏବଂ ବାଜା ବଜାଇ ଭାରତ ଯୋଡୋ ଯାତ୍ରୀଙ୍କୁ ସ୍ବାଗତ କରାଯାଇଥିଲା।
ଏହି ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ଏକ ସମାପନ ଉତ୍ସବ ଆୟୋଜନ କରାଯାଇଥିଲା। ପିସିସି ସଭାପତି କହିଥିଲେ, ଓଡ଼ିଶା ଏବଂ ଭାରତବର୍ଷରେ ଜନବିରୋଧୀ ସରକାର ଆଜି ଶାସନ ଗାଦିରେ ବସିଛନ୍ତି। ଦୀର୍ଘ ୨୨ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ବିଜେଡି ଶାସନ ଥାଇ ମଧ୍ୟ ଓଡ଼ିଶାର ଯୁବକ ଆଜି ଦିଗହରା। ପ୍ରତିବର୍ଷ ୨ ଲକ୍ଷ ନିଯୁକ୍ତି ପାଇଁ ସରକାର ପ୍ରତିଶ୍ରୁତି ଦେଇଥିଲେ। ୨୨ ବର୍ଷରେ ଓଡ଼ିଶାର ୪୪ ଲକ୍ଷ ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବା କଥା। କିନ୍ତୁ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ଯୁବତୀଯୁବକଙ୍କୁ ମଧ୍ୟ ନିଯୁକ୍ତି ଦିଆଗଲାନାହିଁ। ପ୍ରତି ବ୍ଲକରେ ୩୫ ପ୍ରତିଶତ ଜମିକୁ ଜଳସେଚନ ଯୋଗାଇ ଦେବେ ବୋଲି ୨୦୦୮ରେ ସରକାର କହିଥିଲେ। କିନ୍ତୁ ଆଜି ସୁଦ୍ଧା ୧୭ ପ୍ରତିଶତ ଜଳସେଚନ ଯୋଗାଇ ଦିଆଯାଇନାହିଁ। ଆଦିବାସୀ ବହୁଳ ୮ ଜିଲାର ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ନୈରାଶ୍ୟଜନକ। ସାରା ରାଜ୍ୟରେ ସ୍ବାସ୍ଥ୍ୟ କ୍ଷେତ୍ରର ସ୍ଥିତି ଅତ୍ୟନ୍ତ ଉତ୍କଟ। ଡାକ୍ତରଖାନାଗୁଡ଼ିକରେ ବହୁ ବିଭାଗରେ ଡାକ୍ତର ନାହାନ୍ତି। ରାଜ୍ୟରେ କୃଷକର ଆୟ ୨୨ ବର୍ଷ ପରେ ଦେଶରେ ସର୍ବନିମ୍ନ ବୋଲି ପିସିସି ସଭାପତି କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଧାୟକ ସନ୍ତୋଷ ସିଂ ସାଲୁଜା, ରାଜନ ଏକ୍କା, ଅଧିରାଜ ପାଣିଗ୍ରାହୀ,ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପଟ୍ଟନାୟକ, ଗଣେଶ୍ୱର ବେହେରା, ପୂର୍ବତନ ଏମ୍‌ପି ସୁଶୀଲା ତିରିଆ, ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ, ଯୁଧିଷ୍ଠିର ଜେନା ପ୍ରମୁଖ ଯୋଗଦେଇ ଏ ପଦଯାତ୍ରା ଓଡ଼ିଶାର ବେକାରି ସମସ୍ୟା, ଆଇନ, ଚାଷୀ ସମସ୍ୟା, ଦରଦାମ ବୃଦ୍ଧି, ଶିକ୍ଷା, ସ୍ବାସ୍ଥ୍ୟ, ଆଦିବାସୀ, ହରିଜନ, ପଛୁଆ ବର୍ଗ ଏବଂ ଛୋଟ ବ୍ୟବସାୟୀ, ମଧ୍ୟମ ବ୍ୟବସାୟୀମାନଙ୍କର ସ୍ବାର୍ଥରକ୍ଷା କରିବା ଏବଂ ଓଡ଼ିଶାର ଜନବିରୋଧୀ ସରକାର ପରିବର୍ତ୍ତନ କରିବା ପାଇଁ ବୋଲି କହିଥିଲେ। ଏହି ଭାରତ ଯୋଡୋ ପରିବର୍ତ୍ତନ ଯାତ୍ରା ନିଶ୍ଚିତ ରୂପେ ଆସନ୍ତା ଦିନରେ ଓଡ଼ିଶାରେ ପରିବର୍ତ୍ତନର ନୂତନ ସୂର୍ଯ୍ୟୋଦୟ ହେବ ବୋଲି କଂଗ୍ରେସ ନେତାମାନେ କହିଛନ୍ତି। ଭାରତ ଯୋଡୋ ଯାତ୍ରାର ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ମୁଖ୍ୟ ସଂଯୋଜକ ମାନସ ଚୌଧୁରୀ, ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ନବଜ୍ୟୋତି ପଟ୍ଟନାୟକ, ସଞ୍ଜୀବ ଗିରି, ଜାନକୀବଲ୍ଲଭ ପଟ୍ଟନାୟକ, ଶୁଭେନ୍ଦୁ ମହାନ୍ତି ପ୍ରମୁଖଙ୍କୁ ଧନ୍ୟବାଦ ଦେଇଥିଲେ। ଗଣେଶ୍ୱର ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri