ପୋଲିସ ବିରୋଧରେ ଲାଗିଲା ପୋଷ୍ଟର, ଜୁଆ ଖେଳ ପଛରେ ପୋଲିସ କର୍ମଚାରୀଙ୍କ ହାତ

ଉମରକୋଟ ୧୩।୨: ନବରଙ୍ଗପୁରପୁ ଜିଲା ରାଇଘର ଥାନା ଅନ୍ତର୍ଗତ କୁକୁରକୁଆଁ ଗ୍ରାମ ନିକଟରେ ରାସ୍ତା ଉପରେ ଗଛକାଟି ଲଗାଯାଇଛି ପୋଷ୍ଟର । କିନ୍ତୁ ପୋଷ୍ଟରରେ କୌଣସି ସଂଗଠନର ନାଁ ଉଲ୍ଲେଖ ନାହିଁ। କେବଳେ ଧଳା କପଡ଼ାରେ ଲାଲ ରଙ୍ଗ ଦେଇ ପୋଷ୍ଟରଟି ଲଗାଯାଇଛି ।

ପୋଷ୍ଟରରେ ଲେଖାଯାଇଛି, ରାଇଘର ପୋଲିସ ଓ ଉମରକୋଟ ଏସଡିପିଓ ଅନୁମତିରେ ଗତ ଫେବୃଆରୀ ୧୦ ଶନିବାର ରାତିରେ ନକଟିସିମୋଡା ଓ ମାରିପାରା ଗାଁରେ ଜୁଆ ଖୁଡିଖୁଡିର ୨୨ଟି ପସରା ଲାଗିଥିଲା । ଲୋକଙ୍କୁ ଜୁଆ ଖେଳାଇ ସର୍ବହରା ହେବା ପଛରେ ରାଇଘର ପୋଲିସ ଏବଂ ଉମରକୋଟ ଏସଡିପିଓଙ୍କ ହାତ ରହିଛି । ଏଥର ୨୬ଟି ପଞ୍ଚାୟତରେ ଜୁଆ ଖୁଡିଖୁଡି ଖେଳ ବନ୍ଦ ନ ହୁଏ ତାହେଲେ ନିଆଁ ଜଳିବ ବୋଲି ସେଥିରେ ଉଲ୍ଲେଖ ରହିଛି । ଯେଉଁ ଗାଁରେ ଜୁଆ ଖେଳ ହୁଏ, ସେହି ଗାଁର ୱାର୍ଡ ସଭ୍ୟ ଓ ସରପଞ୍ଚଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି ।

ତେବେ କିଏ ଏଭଳି ପୋଷ୍ଟର ଲଗାଇଛି ତାହା ସଷ୍ଟ ହୋଇ ନ ଥିବାବେଳେ ଘଟଣାସ୍ଥଳରେ ରାଇଘର ପୋଲିସ ପହଞ୍ଚି ଏହାର ତଦନ୍ତ କରିବା ସହ ଲଗାଯାଇଥିବା ପୋଷ୍ଟର ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?