Posted inଜାତୀୟ

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ ୧୮ ରୁ ଦେଶର ୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା ଆୟୋଜନ କରିବ। ଏହା ପରେ, ଜୁଲାଇ ୩୧ ରେ କୃଷକ ମୋର୍ଚ୍ଚା କୃଷକଙ୍କ ଆନ୍ଦୋଳନର ବିଚାରାଧୀନ ଦାବି ଉପରେ ସାରା ଦେଶରେ ଚକା ଜାମ ଘୋଷଣା କରିଛି।

ସେହିପରି ଅଗଷ୍ଟ ୭ ରୁ ୧୪ପର୍ଯ୍ୟନ୍ତ, ଅଗ୍ନିପଥ ଯୋଜନା ବିରୋଧରେ ସାରା ଦେଶରେ ଜୟ ଯବାନ, ଜୟ କିଷାନ ସମ୍ମିଳନୀ ଆୟୋଜିତ ହେବ ବୋଲି ମୋର୍ଚ୍ଚା ପକ୍ଷରୁ ଘୋଷଣା କରାଯାଇଛି।

ସ୍ବାଧୀନତାର ୭୫ ତମ ବାର୍ଷିକୀରେ ଅଗଷ୍ଟ ୧୮, ୧୯, ୨୦ ରେ ଲଖିମପୁର ଖେରୀରେ ୭୫ ଘଣ୍ଟିଆ ମୋର୍ଚ୍ଚା ହେବ। ଏହି ମୋର୍ଚ୍ଚାରେ କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଇସ୍ତଫା ଦାବି କରାଯିବ। ପଞ୍ଜାବ ନିର୍ବାଚନ ସମୟରେ ମୋର୍ଚ୍ଚା ଠାରୁ ଅଲଗା ହୋଇଥିବା ଅଧିକାଂଶ କୃଷକ ସଂଗଠନର ଏସଏମକେକୁ ଏହି ଅବସରରେ ଫେରିବା। ସାମାଜିକ କାର୍ଯ୍ୟକର୍ତ୍ତା ତିସ୍ତା ଶିତଲଓ୍ବାଡ ଏବଂ ସାମ୍ବାଦିକ ମହମ୍ମଦ ଜୁବେରଙ୍କ ଗିରଫଦାରୀକୁ ମଧ୍ୟ ଏସକେଏମ ବିରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?