ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି ରାଗିଂ ସେଲ୍‌ ଓ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ରବିବାର ରାତିରେ ଏହି ଘଟଣା ଘଟିଥିବାବେଳେ ଗୁରୁତର ଅବସ୍ଥାରେ ଆହତ ଛାତ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ଗୋଡ଼ ଓ ଅଣ୍ଟାରେ ଆଘାତ ଲାଗିଛି। ଛାତ୍ରଙ୍କ ନାମ ଅଙ୍କେଶ ବାଗ ଓ ସେ ଯୁକ୍ତ ୨ ଦ୍ବିତୀୟ ବର୍ଷର (କଳା) ଛାତ୍ର ବୋଲି ଜଣାପଡ଼ିଛି।

ଖବର ପାଇ କଲେଜ କର୍ମଚାରୀ ପହଞ୍ଚିବା ପରେ ଗୁରୁତର ଛାତ୍ରଙ୍କ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ହେବାରୁ ଚିକିତ୍ସାଳୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅଙ୍କେଶଙ୍କ କହିବା ଅନୁଯାୟୀ ସହପାଠୀମାନେ ବିଭିନ୍ନ ସମୟରେ ରାଗିଂ କରି ମାଡ଼ ମାରନ୍ତି। ରବିବାର ରାତିରେ ମଧ୍ୟ ୯ଜଣ ଛାତ୍ର କ୍ଲାସ୍‌ରେ ମାଡ଼ ମାରି ତିନିମହଲା କୋଠାରୁ ଠେଲି ଦେଇଥିବା ସେ କହିଛନ୍ତି।

ସେହିପରି ପୂର୍ବରୁ ମଧ୍ୟ ତାଙ୍କ ପୁଅକୁ ଉକ୍ତ ଛାତ୍ରମାନେ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମା’ ବିମଳା ବାଗ। ତଦନ୍ତ କରି ସଂପୃକ୍ତ ଛାତ୍ରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି। ଏ ନେଇ କଲେଜ ଅଧ୍ୟକ୍ଷ ନଳିନୀ କାନ୍ତ ଦାଶଙ୍କୁ ପଚାରିବାରୁ କଲେଜର ଆଣ୍ଟି ରାଗିଂ ସେଲ ଏହାର ତଦନ୍ତ କରୁଛି। ଏଥିରେ ଦୋଷୀ ଜଣାପଡିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।

ଅନ୍ୟପକ୍ଷରେ, ଛାତ୍ରଙ୍କ ବାପା କମଳ ବାଗ ଭବାନୀପାଟଣା ସଦର ଥାନାରେ ଲିଖିତ ଅଭିଯୋଗ ଦେବା ପରେ ପୋଲିସ ଏକ ମାମଲା (ନଂ.୪୦୫/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସଦର ଥାନା ଆଇଆଇସି ନରେଶ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ବିନାୟକ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ତଦନ୍ତ କରିଛି। ଏହି ସମୟରେ କଲେଜ ଛାତ୍ର, କର୍ମଚାରୀଙ୍କ ସହ ଟିମ୍‌ ଆଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri