ଦିଗପହଣ୍ଡିରେ ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ: ଏତଲା ପରେ ୩ ଯୁବକଙ୍କୁ ଅଟକ ରଖି…

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ କିଛିଦିନର ନୀରବତା ପରେ ପୁଣି ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଥିବା ମାଛ ଦୋକାନରେ କିଛି ଅସାମାଜିକ ଯୁବକ ପହଞ୍ଚି ସେଠାରେ ଥିବା ତିଳେଶ୍ୱର ଗ୍ରାମର ଜଣେ ଯୁବକଙ୍କୁ ୧ ହଜାର ଟଙ୍କା ଦାଦା ବଟି ମାଗିଥିଲେ। ସେ ମନା କରିବାରୁ ତାଙ୍କୁ ଆକ୍ରମଣ କରିଥିଲେ। ମାଛ ଦୋକାନୀ ଗଣେଶ ବେହେରା ପ୍ରତିବାଦ କରିବାରୁ ସେମାନେ ସେଠାରୁ ପଳାଇଥିଲେ। ପୁଣି କିଛି ସମୟ ପରେ ୧୦ରୁ ଊଦ୍ଧର୍‌ବ ଅସାମାଜିକ ଯୁବକ ହାତରେ ହକିଷ୍ଟିକ୍‌, ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ଆସି ମାଛ ବ୍ୟବସାୟୀ ଏବଂ ପାଖରେ ଥିବା ଆଦି ପାଣିଗ୍ରାହୀଙ୍କୁ ନିସ୍ତୁକ ମାଡ଼ ମାରି ଚମ୍ପଟ ମାରିଥିଲେ। ଏନେଇ ଗଣେଶ ଥାନାରେ ଏତଲା ଦେଇଛନ୍ତି।
ଖବରପାଇ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଏବଂ ବହୁ ସଂଖ୍ୟକ ସାମାଜିକ କର୍ମୀ ଥାନାରେ ପହଞ୍ଚି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ଭେଟି ସହରରେ ଆତଙ୍କ ସୃଷ୍ଟି କରୁଥିବା ଅସାମାଜିକ ତତ୍ତ୍ୱଙ୍କୁ ଅତିଶୀଘ୍ର ଚିହ୍ନଟ କରି ସାବାଡ କରିବା ପାଇଁ କହିଥିବା ଜଣାଇଛନ୍ତି। ସେମାନେ ଏନ୍‌ଏସି ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି, ଅତ୍ୟାଧୁନିକ ଲାଇଟ, ମୁକ୍ତାକାଶ ଜିମ ରେ ଲାଗିଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ, ପଥଚାରୀମାନେ ବସିବା ପାଇଁ ସିମେଣ୍ଟ ଚେୟାର ଗୁଡ଼ିକୁ ଭାଙ୍ଗି ଦେଇଥିବା ସେ ଅଭିଯୋଗ କରିଛନ୍ତି।
ସହରର ହସ୍ପିଟାଲ ନିକଟରେ ଥିବା ସାହାଣୀ ସାହିର କିଛି ନିର୍ଦ୍ଧିଷ୍ଟ ଅସାମାଜିକ ଯୁବକ ଏସବୁ ସମାଜ ବିରୋଧୀ କାର୍ଯ୍ୟରେ ଜଡ଼ିତ ରହିଛନ୍ତି। ଛାତ୍ରୀମାନେ କଲେଜ, ଟିୟୁସନ ଯିବା ଆସିବା ସମୟରେ ବିଭିନ୍ନ ଛକ ରେ ଆଡ୍ଡା ଜମାଇ ସେମାନଙ୍କୁ ଅଶ୍ଳିଳ ମନ୍ତବ୍ୟ ଦେଉଛନ୍ତି। ଯାତ୍ରୀ ଏବଂ ସେମାନଙ୍କ ଅଭିଭାବକ ବୃନ୍ଦ ଏଭଳି କାର୍ଯ୍ୟରେ ନିଜକୁ ଅସହାୟ ମନେ କରୁଛନ୍ତି। ଆବଶ୍ୟକ ପୋଲିସ ପାଟ୍ରୋଲିଂ ନ ଥିବାରୁ ସହରରେ ଗତ କିଛିଦିନ ହେଲା ଆଇନଶୃଙ୍ଖଳା ସ୍ଥିତି ବିଗିଡି ଯାଇଛି। ବୁଧବାର ଏନେଇ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟରେ ନାଗରିକ ସୁରକ୍ଷା କମିଟି ପକ୍ଷରୁ ବୈଠକ କରାଯିବା ନିମନ୍ତେ ନିଷ୍ପତ୍ତି ହୋଇଥିବା ଏନ୍‌ଏସି ଅଧ୍ୟକ୍ଷ ଜଣାଇଛନ୍ତି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?