Posted inଜାତୀୟ

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ ବାପ, ପୁଅଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।

ସମଶରଗଞ୍ଜ ଅଞ୍ଚଳର ଜାଫ୍ରାବାଦରେ ବାପପୁଅ ହରଗୋବିନ୍ଦ ଦାସ ଓ ଚନ୍ଦନଙ୍କୁ ଦୁର୍ବୃତ୍ତମାନେ ଛୁରାମାଡ଼ କରିଥିଲେ। ସୂତି ଅଞ୍ଚଳର ସଜୁର ମୋରେଠାରେ ଗୁଳିମାଡ଼ରେ ଗୁରୁତର ୨୧ ବର୍ଷୀୟ ଯୁବକ ଇଜାଜ ମୋମିନ ଶୁକ୍ରବାର ହସ୍ପିଟାଲରେ ପ୍ରାଣ ହରାଇଛନ୍ତି। ବିକ୍ଷୋଭକାରୀମାନେ ପୋଲିସ ଭ୍ୟାନ୍‌ ସମେତ କେତେକ ଗାଡ଼ି ଜାଳିଦେଇଥିଲେ। ହିଂସାପ୍ରବଣ ଜାଙ୍ଗିପୁରରେ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ କରିବା ପାଇଁ କୋଲକାତା ହାଇକୋର୍ଟର ସ୍ବତନ୍ତ୍ର ଖଣ୍ଡପୀଠ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଓ୍ବକ୍‌ଫ ଆଇନ ପ୍ରତ୍ୟାହାର ଦାବିକରି ତ୍ରିପୁରାର ଉନାକୋଟି ଜିଲାରେ ଶନିବାର ବିକ୍ଷୋଭ ବେଳେ ହିଂସାରେ ଅନୂ୍ୟନ ୧୮ ଜଣ ଆହତ ହୋଇଛନ୍ତି। ମଣିପୁରର ଇମ୍ଫାଲ ସମେତ ବିଭିନ୍ନ ଅଞ୍ଚଳରେ ଅନେକ ହଜାର ଲୋକ ଶୁକ୍ରବାର ଓ୍ବକ୍‌ଫ ବିରୋଧୀ ବିକ୍ଷୋଭରେ ସାମିଲ ହୋଇଥିଲେ।

ମୁର୍ଶିଦାବାଦ ହିଂସାରେ ସମ୍ପୃକ୍ତ ୧୧୮ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଉତ୍ତେଜନା ଜାରି ରହିଥିବାରୁ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି। ସମ୍ବେଦନଶୀଳ ସୀମାନ୍ତ ଅଞ୍ଚଳରେ ବିଏସ୍‌ଏଫ୍‌ ଯବାନଙ୍କୁ ମୁତୟନ କରାଯାଇଛି। ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ଡିଜି ରାଜୀବ କୁମାର କହିଛନ୍ତି। ହିଂସାକୁ ଦୃଷ୍ଟିରେ ରଖି ମାଲଦା, ମୁର୍ଶିଦାବାଦ, ଦକ୍ଷିଣ ୨୪ ପ୍ରଗଣା ଏବଂ ହୁଗ୍‌ଲି ଜିଲାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା…

କଂଗ୍ରେସକୁ ଲାଗିଲା ବଡ଼ ଝଟକା, ପ୍ରଥମ ଥର ଜିତିଲା ଭାଜପା

ଶିମଲା,୧୦।୯: ହିମାଚଳ ପ୍ରଦେଶର ଶିମଲା ଜିଲା ପରିଷଦ ନିର୍ବାଚନରେ କ୍ଷମତାସୀନ କଂଗ୍ରେସ ସରକାର ଏକ ବଡ଼ ଧରଣର ଝଟକା ପାଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ…

୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍‌ରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍‌ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri