କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର ଦ୍ୱାରା ହୋଇଥିବା ସର୍ବେକ୍ଷଣ ଅନୁଯାୟୀ, କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଛି ବୋଲି ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି। ସର୍ଭେରେ ଉଭୟ କମ୍ୟୁନିଟି ଓ ହାଇରିସ୍କ ଗ୍ରୁପର ଲୋକମାନଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସିଏମ୍‌ସି ଅଧୀନ ୨୫ଟି ୱାର୍ଡର ୨୨୭୪ ଜଣଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ୧୦୫୫ ଜଣ ଅର୍ଥାତ୍‌ ୪୬.c୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ତିଆରି ହୋଇଥିବା ଜଣାପଡିଛି। ସେହିପରି ବିଭିନ୍ନ ବୃତ୍ତିର ହାଇରିସ୍କ ଗ୍ରୁପରୁ ୧୬୩୪ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୫୬.୪୧ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି ହୋଇଛି। କିନ୍ତୁ ଲିଙ୍ଗ ଓ ବୟସ ଦୃଷ୍ଟିକୋଣରୁ ଏହି ତଥ୍ୟରେ ସେତେଟା ଆଖିଦୃଶିଆ ଫରକ ନ ଥିବା ଜଣାପଡିଛି। ଆଗକୁ ଦୀପାବଳିରେ ଗହଳି ନ କରିବାକୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ସହ କରୋନା ନିୟମ ମାନି କାଳୀପୂଜା ପାଳନ କରିବାକୁ କୁହାଯାଇଛି। ଏପରି କି ବାଣ ଫୁଟାଇବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?