୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଶନିବାର ପ୍ରକାଶ ପାଇଛି। ୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି ଡେଭଲପ୍‌ ହୋଇଥିବା ଜଣାପଡ଼ିଛି। ଏ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ପିଲାମାନେ ସେମାନଙ୍କ ମାତାପିତା କିମ୍ବା ପରିବାରର ଅନ୍ୟ କୌଣସି ସଦସ୍ୟଙ୍କଠାରୁ ସଂକ୍ରମିତ ହୋଇଥିଲେ ଏବଂ ସେମାନେ ଏହି ସଂକ୍ରମଣକୁ ସହିଯାଇଥିବା ସର୍ଭେଲାନ୍ସରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚତୁର୍ଥ ସେରୋ ସର୍ଭେରେ ପ୍ରଥମଥର ପାଇଁ ପିଲାଙ୍କୁ ସାମିଲ କରାଯାଇଥିଲା। ୬ବର୍ଷରୁ ଉର୍ଦ୍ଧ୍ୱ ବୟସର ପିଲାଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେହିଭଳି ୬୫.୧୨% ସାଧାରଣ ଲୋକ ଓ ୮୫.୫୩% ସ୍ବାସ୍ଥ୍ୟକର୍ମୀଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଶରୀରେ ଆଣ୍ଟିବଡ଼ି ସ୍ଥିତି ଜାଣିବା ପାଇଁ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଆଦି ୩ ଜିଲାରେ ଏହି ସେରୋ ସର୍ଭେ ହୋଇଥିଲା। ଜୁନ୍‌ ୧୬ରୁ ୨୦ ତାରିଖ ମଧ୍ୟରେ ସର୍ବସାଧାରଣରୁ ୧,୨୩୦ ଏବଂ ସ୍ବାସ୍ଥ୍ୟକର୍ମୀଙ୍କଠାରୁ ୩୧୧ ନମୁନା ସଂଗ୍ରହ ହୋଇଥିଲ। ତେବେ ଗଞ୍ଜାମ ଜିଲାରେ ୭୦.୯%ଙ୍କ ମଧ୍ୟରେ ଆଣ୍ଟିବଡି ଥିବାବେଳେ ରାୟଗଡା ଓ କୋରାପୁଟ ଜିଲାରେ ୬୩ % ସେରୋ ପଜିଟିଭିଟି ବା ଆଣ୍ଟିବଡି ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସେରୋ ସର୍ଭିଲାନ୍ସରେ ଭଲ ରେଜଲ୍ଟ ମିଳିଛି।

କୁହାଯାଇପାରିବ ଏହା ଟିକାର ପ୍ରଭାବ ଓ ଦୁଇଟି ଲହର ଦ୍ୱାରା ଗୋଷ୍ଠୀରେ ସଂକ୍ରମଣ ହୋଇଛି। ତେଣୁ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହେଉଛି। ଜାତୀୟ ହାର ତୁଳନାରେ ଆମର ସେରୋ ସର୍ଭେ ରିପୋର୍ଟ ଭଲ ଅଛି। ବୟସ୍କ ଲୋକଙ୍କ ଆଣ୍ଟିବଡି ଅଧିକ ଡେଭଲପ ହୋଇଛି, କାରଣ ସେମାନଙ୍କୁ ପ୍ରଥମେ ଟିକା ଦିଆଯାଇଛି। ଅପରପକ୍ଷେ ଏହି ସେରୋ ସର୍ଭେର ସୂଚନା ଆଗାମୀ ଦିନରେ ରାଜ୍ୟରେ କରୋନା ତୃତୀୟ ଲହରକୁ ପ୍ରତିହତ କରିପାରିବ ବୋଲି ବିଶେଷଜ୍ଞମାନେ ଆଶାବ୍ୟକ୍ତ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଦେଶର ଯେଉଁ ୭୦ଟି ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲାରେ ସେରୋ ସର୍ଭେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri