କରୋନା ସଂକ୍ରମଣ ପରେ ୯ ମାସ ପର୍ଯ୍ୟନ୍ତ ରୁହେ ଆଣ୍ଟିବଡ଼ି …

ରୋମ୍‌,୨୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀନ ଟିକାକରଣ ଅଭିଯାନ ବିଭିନ୍ନ ଦେଶରେ ଜାରି ରହିଛି। ଭାକ୍ସିନ୍‌ ନେବା ଦ୍ୱାରା ଲୋକଙ୍କ ଶରୀରରେ କରୋନା ଭୂତାଣୁ ପ୍ରତିରୋଧୀ ଆଣ୍ଟିବଡ଼ି ସୃଷ୍ଟି ହେଉଛି। ସେହିପରି ଯେଉଁମାନେ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି ସେମାନଙ୍କ ଶରୀରରେ ମଧ୍ୟ ଆଣ୍ଟିବଡ଼ି ସୃଷ୍ଟି ହେଇଛି। ଆକ୍ରାନ୍ତଙ୍କ ଶରୀରରେ ସୃଷ୍ଟି ହୋଇଥିବା ଆଣ୍ଟିବଡ଼ି ୯ ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିଥାଏ ବୋଲି ଇଟାଲିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗବେଷକ ଲକ୍ଷଣ ପ୍ରକାଶ ପାଇଥିବା ଏବଂ ଲକ୍ଷଣ ପ୍ରକାଶ ପାଇ ନ ଥିବା ଆକ୍ରାନ୍ତଙ୍କ ଶରୀରରେ ସୃଷ୍ଟି ହୋଇଥିବା ଆଣ୍ଟିବଡ଼ି ନେଇ ଗବେଷଣା କରିଥିଲେ। ୩,୦୦୦ ଆକ୍ରାନ୍ତଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଏହି ରିପୋର୍ଟ ନେଚର କମ୍ୟୁନିକେଶନ ପତ୍ରିକାରେ ପ୍ରକାଶିତ ହୋଇଛି। ୯୮.୮ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ସୃଷ୍ଟି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଦୁଇଥର କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହୋଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri