ଦର୍ଶକଙ୍କୁ ପସନ୍ଦ ଆସୁଛି ସଲମାନଙ୍କ ନୂଆ ଅବତାର

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାଁ ପୁଣିଥରେ ବଡ ପରଦାରେ ଧୁମ ମଚାଇବାକୁ ଆସିଯାଇଛନ୍ତି । ସଲମାନ ଖାଁ ଓ ଆୟୁଷ ଶର୍ମାଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ: ଦ ଫାଇନାଲ ଟ୍ରୁଥ‘ ୨୬ ନଭେମ୍ବରରେ ରିଲିଜ୍ ହୋଇସାରିଛି । ବହୁଦିନ ହେବ ଦର୍ଶକେ ଏହାକୁ ଅପେକ୍ଷା କରିଥିବା ବେଳେ ଏବେ ଏହାର ଆଲୋଚନା ସୋସିଆଲ ମିଡିଆରେ ଆରମ୍ଭ ହୋଇଯାଇଛି । ଟୁଇଟରରେ ଫିଲ୍ମର ଚର୍ଚ୍ଚା ଯୋର ସୋରରେ ହେଉଛି । ଦର୍ଶକେ ସଲମାନଙ୍କ ଲୁକ୍ସ, ସ୍କ୍ରିନ୍ ପ୍ରେଜେନ୍ସ ଓ କାମକୁ ଖୁବ୍ ପ୍ରଶଂସା କରୁଛନ୍ତି । ଏଥିରେ ସଲମାନ ସର୍ଦ୍ଦା ପୋଲିସବାଲା ରାଜବୀର ସିଂ ଭୂମିକାରେ ନଜର ଆସିଛନ୍ତି । ସଲମାନଙ୍କ ସହ ତାଙ୍କ ଭିଣୋଇ ଆୟୁଷ ଶର୍ମା ପ୍ରଥମଥର ପାଇଁ ସ୍କ୍ରିନ ଶେୟାର କରିଛନ୍ତି । ଆୟୁଷ ପ୍ରଥମଥର ପାଇଁ ଗ୍ୟାଙ୍ଗଷ୍ଟର ଭୂମିକାରେ ନଜର ଆସିଛନ୍ତି । କେବଳ ସଲମାନ ନୁହେଁ ଆୟୁଷଙ୍କ ଅଭିନୟକୁ ବି ସୋସିଆଲ ମିଡିଆରେ ବେଶ୍ ପ୍ରଶଂସା କରାଯାଉଛି । ଟେଲିଭିଜନ ଆକ୍ଟ୍ରେସ ମହିମା ମକୱାନା ପ୍ରଥମଥର ବଲିଉଡରେ ଡେବ୍ୟୁ କରିଛନ୍ତି । ତାଙ୍କର ଓ ଆୟୁଷଙ୍କ ଯୋଡିକୁ ଦର୍ଶକେ ପସନ୍ଦ କରୁଛନ୍ତି । ‘ଅନ୍ତିମ’ ସାରା ଦେଶରେ ୩୨୦୦ ସ୍କ୍ରିନରେ ରିଲିଜ୍ କରାଯାଇଛି । ଏହାସହ ଟକ୍କର ଦେଉଛି ଜନ୍ ଆବ୍ରାହମଙ୍କ ଫିଲ୍ମ ‘ସତ୍ୟମେବ ଜୟତେ ୨’ । ଏହାର ଓପନିଂ କଲେକଶନ ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏହା ୧୩ରୁ ୧୫ କୋଟି ଆୟ କରିବ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri