ଆମେରିକା ଉପରେ ଚାଇନାର ବେଲୁନ ଦେଖି ବଢିଲା ଟେନସନ, ବ୍ଲିଙ୍କନଙ୍କ ବେଜିଂ ଯାତ୍ରା ସ୍ଥଗିତ

ୱାଶିଂଟନ,୪ ।୨: ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ’ କହିଛି ଦେଶରେ ଏକ ଚାଇନା ଗୁଇନ୍ଦା ବେଲୁନ ଦେଖାଯାଇଛି । ୩ଟି ବସ ଆକାରର ଏହି ବେଲୁନ ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନଙ୍କ ଚାଇନା ଯାତ୍ରାର ଠିକ ପୂର୍ବରୁ ଦେଖାଯାଇଛି । ପେଣ୍ଟାଗନର ପ୍ରବକ୍ତା ବ୍ରିଗେଡିୟର ଜନରାଲ ପ୍ୟାଡ ରାଇଡର କହିଛନ୍ତି, ଗୁଇନ୍ଦା ବେଲୁନ ଉପରେ ନଜର ରଖାଯାଇଛି । ଏପଟେ ଚାଇନା କହିଛି କି ବେଲୁନଟି ରାସ୍ତା ଭୁଲି ଯାଇଥିଲା । ଏହାରି ଭିତରେ ବ୍ଲିଙ୍କନ ଚାଇନା ଯାତ୍ରାକୁ ରଦ୍ଦ କରି ଦେଇଛନ୍ତି । ଏପଟେ ପେଣ୍ଟାଗନ କହିଛି, ଚାଇନା ବେଲୁନ କିଛିଦିନ ପାଇଁ ଆମେରିକା ଉପରେ ରହିବ, ହେଲେ ଆମେ ସ୍ଥିତି ଉପରେ ନଜର ରଖିଛୁ ।
ପେଣ୍ଟାଗନର ପ୍ରବକ୍ତା କହିଛନ୍ତି, ନୋରଡା(ନର୍ଥ ଆମେରିକାନ ଏୟାରସ୍ପେସ ଡିଫେନ୍ସ କମାଣ୍ଡ) ଏହି ଗୁଇନ୍ଦା ବେଲୁନ ଉପରେ କଡା ନଜର ରଖିଛି । ରାଇଡର କହିଛନ୍ତି, ବେଲୁନ ଗୁରୁବାର ମୋଂଟାନାରେ ଦେଖାଯାଇଛି । ଏ ସମ୍ପର୍କରେ ଜଣାପଡିବା ପରେ ଆମେରିକା ସରକାର ସମ୍ବେଦନଶୀଳ ତଥ୍ୟକୁ ସୁରକ୍ଷିତ ରଖିବାକୁୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସେ କହିଛନ୍ତି ବେଲୁନ ବାଣିଜ୍ୟିକ ଆକାଶ ମାର୍ଗରୁ ବହୁ ଉଚ୍ଚରେ ରହିଛି ଓ ଏହାଦ୍ୱାରା ତଳେଥିବା ଲୋକଙ୍କର କିଛି କ୍ଷତି ହେବ ନାହିଁ । ଜଣେ ବରିଷ୍ଠ ପ୍ରତିରକ୍ଷା ଅଧିକାରୀ କହିଛନ୍ତି ଏ ସମ୍ପର୍କରେ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅବଗତ କରାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri