ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍‌ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଥିଲେ, ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ଼ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ନାହିଁ। ଏଭଳି ସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହିତ ବଞ୍ଚତ୍ବାକୁ ଆଶା, ଭରସା ଯୋଗାଇ ଦେବ। ସମସ୍ତଙ୍କୁ ପକ୍କାଘର ମିଳିବ। ଏହି ଯୋଜନାରେ ସବୁଠାରୁ ଗରିବ ଏବଂ ଅସହାୟ ଲୋକଙ୍କୁ ଘର ଯୋଗାଇ ଦିଆଯିବ ବୋଲି ଏମ୍‌ପି ପୁରୋହିତ କହିଥିଲେ।
ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୮ରେ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହାକୁ ଆହୁରି ଜୋରଦାର୍‌ କରାଯାଇ ଅନ୍ତ୍ୟୋଦୟ ଗୃହ ଯୋଜନା ଆରମ୍ଭ ହୋଇଛି। ଏହାଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ ବୋଲି ବିଧାୟକ ଷଡ଼ଙ୍ଗୀ କହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହିତ ବଞ୍ଚତ୍ବାକୁ ଆଶା, ଭରସା ଯୋଗାଇ ଦେବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ମଞ୍ଚାସୀନ ଥିଲେ। ଏହି ଅବସରରେ ଜିଲାର ୧୫୨୧ଜଣ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଘର ତିଆରି ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ଅମ୍ବାଭୋନା ବ୍ଲକର ୭୪, ଅତାବିରା ବ୍ଲକର ୧୦୮, ବରଗଡ଼ ବ୍ଲକର ୧୦୦, ବରପାଲି ବ୍ଲକର ୨୧୭, ଭଟଲି ବ୍ଲକର ୮୯, ଭେଡ଼େନ ବ୍ଲକର ୧୫୦, ବିଜେପୁର ବ୍ଳକର ୧୬୪, ଗାଇସିଲେଟ ବ୍ଲକର ୧୮୫, ଝାରବନ୍ଧ ବ୍ଲକର ୧୬୫, ପାଇକମାଳ ବ୍ଲକର ୧୩୧, ରାଜବୋଡ଼ାସମ୍ବର ବ୍ଲକର ୪୮ ଏବଂ ସୋହେଲା ବ୍ଲକର ୯୦ହିତାଧିକାରୀ ରହିଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଘର ନିର୍ମାଣ ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ପ୍ରଦାନ କରାଯିବା ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri