ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି। ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଅନାଥ,ଅସହାୟ ଦୂରାରୋଗରେ ପୀଡ଼ିତ ଥିବା ବ୍ୟକ୍ତି ଏବଂ ଶହୀଦ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି,ହାତୀ ଉପଦ୍ରବ ହୋଇ ଭାଙ୍ଗିଥିବା ଘର, ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ରବିବାର ଖଜୁରୀପଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ସ୍କୁଲ ପଡିଆଠାରେ ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି, ସହକାରୀ ଯନ୍ତ୍ରୀ ବିଷ୍ଣୁ ପ୍ରସାଦ ଖାଡ଼ଙ୍ଗା, ସମିତି ଅଧ୍ୟକ୍ଷା ଅନୀମା କହଁର, ଉପାଧ୍ୟକ୍ଷ ଅମିତ କୁମାର୍‌ ଦିଗାଲ, ଜିଲାପରିଷଦ ସଭ୍ୟା ଉର୍ବଶୀ ଦିଗାଲ, ବିଧାୟକ ପ୍ରତିନିଧି ଅନନ୍ତ କୁମାର ଦିଗାଲ ସମେତ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ଉପସ୍ଥିତ ଥିବା ବେଳେ ଗ୍ରାମାଞ୍ଚଳରୁ ଏହି ଯୋଜନାରେ ସାମିଲ ଥିବା ହିତାଧିକାରୀମାନେ ଉପସ୍ଥିତ ରହି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟ ମନ୍ତ୍ରୀଙ୍କ ଅଭିଭାଷଣ ଶୁଣିବା ସହିତ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଦେଖିଛନ୍ତି।
ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି ସରକାର। ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା ରାଜ୍ୟ ସରକାରଙ୍କ ଏକ ମହତ୍ତ୍ୱାକାଂକ୍ଷୀ ଯୋଜନା। ଯେଉଁଥିରେ ଘର ନିର୍ମାଣ ପାଇଁ ୩ଟି କିସ୍ତିରେ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯିବ। ପାରିଶ୍ରମିକ ବାବଦକୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୯୦/୯୫ ଦିନର ମଜୁରୀ ପ୍ରଦାନ କରାଯିବ ତାହା ସହିତ ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ଶୌଚାଳୟ ପ୍ରଦାନ କରାଯିବ, ଉଜ୍ଜ୍ୱଳ ଯୋଜନାରୁ ରନ୍ଧନ ଗ୍ୟାସ ପ୍ରଦାନ କରାଯିବ, ସୌଭାଗ୍ୟ ଯୋଜନାରୁ ବିଜୁଳି ସଂଯୋଗ କରାଯିବ, ବସୁଧା ଯୋଜନାରୁ ପିଇବା ପାଣି ସଂଯୋଗ କରାଯିବ ବୋଲି ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ୧୪ଟି ପଞ୍ଚାୟତର ୧୬୯ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯିବ ବୋଲି ବିଏସ୍‌ଏସ୍‌ଓ ମନୋଜ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri