କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍‌ଏମ୍‌ଇ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଯୋଗ ଦେଇ ନିଜ ଅଭିଭାଷଣରେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ବିଶାଲ ସିଂହ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ, ଉପଜିଲାପାଳ କେନ୍ଦୁଝର ଉମାଶଙ୍କର ଦଳାଇ, କେନ୍ଦୁଝର ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
ସୂଚନାଯୋଗ୍ୟ,ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ବୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ। ସ୍ବଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ୍‌, ଜଳ ଜୀବନ ମିଶନରୁ ଓ୍ବଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ। ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ। ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ ସରଳ କରାଯାଇଛି। ଆଜବେଷ୍ଟସ୍‌, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି। କେବଳ ସିମେଣ୍ଟ ଯୋଡ଼େଇ କାନ୍ଥ ସହିତ ଆର.ସି.ସି. ଛାତକୁ ପକ୍କାଘରର ମାନ୍ୟତା ପ୍ରଦାନ କରାଯାଉଛି।
ଭିଡିଓ କନ୍‌ଫେରନ୍ସିଂ ଜରିଆରେ ଜିଲାର ସମସ୍ତ ୧୩ ବ୍ଲକ ସିଧାସଳଖ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ସଭାସ୍ଥଳ ସହ ଯୋଡ଼ି ହୋଇଥିଲେ। ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମକୁ ମଧ୍ୟ ଉପସ୍ଥିତ ଜନସାଧାରଣ ଶୁଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?