ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ସେ ଦାୟିତ୍ବ ନେଇଛନ୍ତି । ଆଜି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ ହୋଇଥିବା ବେଳେ ତାଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହାପରେ ଦାୟିତ୍ବ ନେଇଥିଲେ ଅନୁଗର୍ଗ ।

ତେବେ କାର୍ଯ୍ୟକାଳ ସରିବା ପରେ ଅନୁ ଗର୍ଗଙ୍କୁ ଦାୟିତ୍ବ ଦେଇ ସେ କହିଛନ୍ତି, ନୂଆ ସରକାର ଆସିବା ପରେ ନୂଆ ଚାଲେଞ୍ଜ ରହିଥିଲା । ଶାସନ ଏବଂ ପ୍ରଶାସନ ଏକାଠି ହୋଇ କିପରି କାମ କରିବେ ତାହା ନୂଆ ସରକାରଙ୍କ ଲକ୍ଷ୍ୟ ଥିଲା । ସରକାର ଅନେକ ପ୍ରକାର ନୂଆ ଯୋଜନା ଆଣିଥିଲେ ସେ ଉପରେ ନୂଆ ନୂଆ କାର୍ଯ୍ୟ ହୋଇଛି । ମୁଁ ଏହି ସବୁ କାର୍ଯ୍ୟ କରି ଅନେକ ଖୁସି । ଓଡ଼ିଶାବାସୀଙ୍କ ଠାରୁ ଭଲ ପାଇବା ପାଇଛି, ତେଣୁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେଉଛି ବୋଲି ସେ କହିଛନ୍ତି । ନୂଆ ସରକାରରେ ଚାଲେଞ୍ଜ ଥିଲେ ମଧ୍ୟ ଗୁରୁତ୍ବ ଦେଇ ସବୁ କାର୍ଯ୍ୟ କରିଥିବା ନେଇ ମନୋଜ ଆହୁଜା କହିଛନ୍ତି ।

ତେବେ ଦାୟିତ୍ବ ନେବା ପରେ ଅନୁ ଗର୍ଗ କହିଛନ୍ତି, ନୂଆ ସରକାରରେ ବଡ଼ ଦାୟିତ୍ବ ଦିଆଯାଇଛି । ରାଜ୍ୟର ଉନ୍ନତି ଏବଂ ପ୍ରଗତି ଆଣିବା ମୂଳ ଲକ୍ଷ୍ୟ । ଆମେ ନୂଆ ଭିଜନ ନେଇ କାର୍ଯ୍ୟ କରିବୁ । ସ୍ବପ୍ନର ଓଡ଼ିଶା ଗଠନ ଆମ ପାଇଁ ଚାଲେଞ୍ଜ ରହିଥିଲେ ହେଁ ଆମେ ସବୁ ମିଶି କାର୍ଯ୍ୟ କରିବୁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?