Posted inରାଜ୍ୟ

ହାଇକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ଦେଲେ ଅନୁଭବ, କହିଲେ- ‘ଏବେ ରିଲାକ୍ସ ଲାଗୁଛି’

ଭୁବନେଶ୍ୱର, ୨୩।୧୨: କେନ୍ଦ୍ରାପଡ଼ା ଏମପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କୁ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଠାରୁ ଛାଡପତ୍ର ନେବାକୁ ହାଇକୋର୍ଟ ଅନୁମତି ଦେବା ପରେ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ‘କୋର୍ଟଙ୍କ ଏହି ନିଷ୍ପତ୍ତି ପର ତାଙ୍କୁ ଏବେ ରିଲାକ୍ସ ଲାଗୁଛି, ଦୀର୍ଘଦିନରୁ ଯେଉଁ ଅପେକ୍ଷାରେ ଥିଲି, ତାହା ପୂରଣ ହୋଇଛି ଏବଂ ବହୁ ଦିନର ବିଳମ୍ବରେ ହେଉ ପଛେ ନ୍ୟାୟ ମିଳିଛି।’

ତେବେ ପାରିବାରିକ ବିବାଦରୁ ସାମାନ୍ୟ ଆଶ୍ବସ୍ତି ପାଇବା ପରେ’ ଲୋକେ ଚାହିଁଲେ ମୁଁ ସେବା କରିବି’ ବୋଲି କହିଛନ୍ତି କେନ୍ଦ୍ରାପଡ଼ାରୁ ଲୋକସଭାକୁ ନିର୍ବାଚିତ ହୋଇଥିବା ଅନୁଭବ। ଗୁରୁବାର ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ପରିବାର ଅଦାଲତ ଖାରଜ କରିଦେଇଥିଲେ।

ପିଟିଶନ୍‌ରେ ଅନୁଭବ ଦର୍ଶାଇଥିଲେ ଯେ, ୨୦୧୪ରେ ଉଭୟଙ୍କ ବିବାହ ହୋଇଥିଲେ ମଧ୍ୟ ବିଭିନ୍ନ ସମୟରେ ବର୍ଷା ଶାରୀରିକ ସମ୍ପର୍କ ରଖିବାକୁ ଅନିଚ୍ଛା ପ୍ରକାଶ କରୁଥିଲେ। ବର୍ଷା ଅନୁଭବଙ୍କୁ ତାଙ୍କ ବୈବାହିକ ଜୀବନରେ କେବେ ବି ଖୁସି ଦେଇନାହାନ୍ତି। ଓଲଟା ସେ ସର୍ବଦା ଅନୁଭବଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରୁଥିଲେ। ପାରିବାରିକ ଜୀବନରେ ବର୍ଷା କେବେହେଲେ ତାଙ୍କୁ ସହଯୋଗ କରୁ ନ ଥିଲେ। ଦୁହିଁଙ୍କ ଭିତରେ ମତ ପାର୍ଥକ୍ୟ ଥିବା କାରଣରୁ ଉଭୟ ଦୀର୍ଘଦିନ ହେବ ଅଲଗା ରହୁଛନ୍ତି।

ସେହିପରି ଅନୁଭବ ତଥା ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ବର୍ଷା ଧମକ ଦେବା ସହ ମାନସିକ ନିର୍ଯାତନା ଦେଉଥିଲେ ବୋଲି ଅନୁଭବ ଆବେଦନରେ ଦର୍ଶାଇଥିଲେ। ଦୀର୍ଘଦିନର ତିକ୍ତତା ପରେ ସେ ବର୍ଷାଙ୍କ ସହ ସମ୍ପର୍କ ତୁଟାଇବାକୁ ସିଦ୍ଧାନ୍ତ ନେଇଛନ୍ତି। ତେଣୁ ସେ ଛାଡ଼ପତ୍ର ନିମନ୍ତେ ଅଦାଲତରେ ଆବେଦନ କରିଥିବା କୋର୍ଟଙ୍କୁ ଜଣାଇଥିଲେ। ବର୍ଷା ମଧ୍ୟ ଅନୁରୂପ ଭାବେ ଅନୁଭବଙ୍କ ବିରୋଧରେ କଟକ ଏସ୍‌ଡିଜେଏମ୍‌ ଅଦାଲତରେ ଏକ ମାମଲା ରୁଜୁ କରିଥିଲେ। ଏଥିରେ ସେ ପାରିବାରିକ ହିଂସାର ଶିକାର ହେଉଛନ୍ତି ବୋଲି ଦର୍ଶାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri