ଅନୁଭବଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୨୮।୮: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଜିଲା ପରିବାର ଅଦାଲତରେ ଶୁକ୍ରବାର ହେବାର ଥିଲା। ହେଲେ ଉଭୟ ଅଦାଲତକୁ ଆସି ନ ଥିଲେ। ଅନୁଭବଙ୍କ ଓକିଲ ଆଲୋକ ମହାପାତ୍ର ଅଦାଲତରେ ସତ୍ୟପାଠ ଦାଖଲ କରିଥିଲେ। ପରେ ଅଦାଲତ ଅନ୍ୟ ଏକ ତାରିଖକୁ ଏହାର ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଏହି ମାମଲାର ଶୁଣାଣି ଜଷ୍ଟିସ ଏସ୍‌. ଦାଶ କରୁଥିବାବେଳେ ଅନୁଭବଙ୍କ ଓକିଲ ମହାପାତ୍ର ଓ ବର୍ଷାଙ୍କ ଓକିଲ ଆର.କେ. ରଥ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପାରିବାରିକ ବିବାଦ ମାମଲାର ସମାଧାନ ପାଇଁ ପୂର୍ବରୁ କଟକ ପରିବାର ଅଦାଲତଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ବର୍ଷା-ଅନୁଭବଙ୍କୁ କାଉନ୍‌ସେଲିଂ କରାଯାଇଥିଲା। କିନ୍ତୁ ସମାଧାନ ହୋଇ ନ ପାରିବାରୁ ବୁଝାମଣା ପ୍ରକ୍ରିୟାର ଅନ୍ତ ଘଟିଥିଲା। ଉଭୟଙ୍କ ମାମଲା ଜିଲା ପରିବାର ଅଦାଲତରେ ଚାଲୁ ରହିଛି। ଏହାର ତ୍ୱରିତ ଶୁଣାଣି ପାଇଁ ଅନୁଭବ ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ପରିବାର ଅଦାଲତରେ ମାମଲାର ଶୁଣାଣିରେ ଅଗ୍ରଗତି ହୋଇଥିବା ପ୍ରସଙ୍ଗ ବିଚାରକୁ ନେଇ ହାଇକୋର୍ଟ ଅନୁଭବଙ୍କ ଆବେଦନ ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri