ଅନୁଭବଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୨୮।୮: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଜିଲା ପରିବାର ଅଦାଲତରେ ଶୁକ୍ରବାର ହେବାର ଥିଲା। ହେଲେ ଉଭୟ ଅଦାଲତକୁ ଆସି ନ ଥିଲେ। ଅନୁଭବଙ୍କ ଓକିଲ ଆଲୋକ ମହାପାତ୍ର ଅଦାଲତରେ ସତ୍ୟପାଠ ଦାଖଲ କରିଥିଲେ। ପରେ ଅଦାଲତ ଅନ୍ୟ ଏକ ତାରିଖକୁ ଏହାର ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଏହି ମାମଲାର ଶୁଣାଣି ଜଷ୍ଟିସ ଏସ୍‌. ଦାଶ କରୁଥିବାବେଳେ ଅନୁଭବଙ୍କ ଓକିଲ ମହାପାତ୍ର ଓ ବର୍ଷାଙ୍କ ଓକିଲ ଆର.କେ. ରଥ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପାରିବାରିକ ବିବାଦ ମାମଲାର ସମାଧାନ ପାଇଁ ପୂର୍ବରୁ କଟକ ପରିବାର ଅଦାଲତଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ବର୍ଷା-ଅନୁଭବଙ୍କୁ କାଉନ୍‌ସେଲିଂ କରାଯାଇଥିଲା। କିନ୍ତୁ ସମାଧାନ ହୋଇ ନ ପାରିବାରୁ ବୁଝାମଣା ପ୍ରକ୍ରିୟାର ଅନ୍ତ ଘଟିଥିଲା। ଉଭୟଙ୍କ ମାମଲା ଜିଲା ପରିବାର ଅଦାଲତରେ ଚାଲୁ ରହିଛି। ଏହାର ତ୍ୱରିତ ଶୁଣାଣି ପାଇଁ ଅନୁଭବ ହାଇକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ପରିବାର ଅଦାଲତରେ ମାମଲାର ଶୁଣାଣିରେ ଅଗ୍ରଗତି ହୋଇଥିବା ପ୍ରସଙ୍ଗ ବିଚାରକୁ ନେଇ ହାଇକୋର୍ଟ ଅନୁଭବଙ୍କ ଆବେଦନ ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri