ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ହୋଇଗଲା ନିର୍ବନ୍ଧ, ଜାଗୃତିଙ୍କ ସହ ଆସିଲା ଫୋଟ

ଭୁବନେଶ୍ଵର, ୮/୩: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଶେଷରେ ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ କି ନାହିଁ, ତାହାର ପୂର୍ଣ୍ଣଛେଦ ପଡ଼ିଛି। ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର।

ବହୁଦିନ ଧରି ଚର୍ଚ୍ଚା ହେଉଥିଲା ଯେ, Anubhav mohanty ଓ jagrati Suklaଙ୍କ ଭିତରେ ପ୍ରେମ ସମ୍ପର୍କ ରହିଛି, ଏମିତିକି ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ପ୍ରକାଶ ପାଇଥିଲା ଯେ ଏଇ ଦୁଇଜଣ ଖୁବଶିଘ୍ର ବିବାହ କରିବାକୁ ଯାଉଛନ୍ତି। ଏବେ ନିର୍ବନ୍ଧର ଫଟୋ ଆସିବା ପରେ ଅନୁଭବ ଜାଗୃତିଙ୍କୁ ବିବାହ କରିବା ନେଇ ସ୍ପଷ୍ଟ ହୋଇଛି।

ଜାଗୃତି ଶୁକ୍ଲାଙ୍କ ବାବଦରେ ପ୍ରାୟ ସମସ୍ତେ ଉଣା ଅଧିକ ଜାଣନ୍ତି। ବର୍ଷାଙ୍କ ସହ ବିବାହ ବିଚ୍ଛେଦ ସମୟରେ ତାଙ୍କ ନାମ ଓ ଚେହେରା ଗଣମାଧ୍ୟମ ଏବଂ ଲୋକଙ୍କ ସାମ୍ନାକୁ ଆସିଥିଲା। ସେହି ସମୟରେ ଜାଗୃତିଙ୍କୁ ନେଇ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳିଥିଲା। ଏପରିକି କେହିକେହି ବର୍ଷା-ଅନୁଭବଙ୍କ ବିବାହ ବିଚ୍ଛେଦର କାରଣ ଜାଗୃତିଙ୍କୁ ବୋଲି ଧରି ନେଇଥିଲେ। ବର୍ତ୍ତମାନ ବିବାହ ଖବର ଶୁଣି ସୁପରଷ୍ଟାରଙ୍କ ଫ୍ୟାନମାନେ ଯେତେ ଖୁସି ଅଛନ୍ତି ତା’ଠାରୁ ଅଧିକ ଆଶ୍ଚର୍ଯ୍ୟ ଅଛନ୍ତି ଓଡ଼ିଶାବାସୀ। କେବେ ବି ବିବାହ ପ୍ରସଙ୍ଗକୁ ସିଧା ସିଧା ସ୍ବୀକାର କରି ନ ଥିବା ଏହି ଦୁଇ ଚର୍ଚ୍ଚିତ ଚେହେରା କାହିଁକି ବିବାହ କରିବାକୁ ଯାଉଛନ୍ତି? ବିବାହ ଯୋଜନା କେବେଠୁ ହୋଇଛି? ଆଗାମୀ ଦିନରେ ଏମିତି ବହୁ ପ୍ରଶ୍ନର ସାମ୍ନା କରିପାରନ୍ତି ଅନୁଭବ ଆଉ ଜାଗୃତି।

ଜାଗୃତି ଓ ଅନୁଭବଙ୍କ ନିର୍ବନ୍ଧ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି। ସବୁଠାରୁ ବଡ଼କଥା ହେଉଛି ଯେ ଏହି ନିର୍ବନ୍ଧକୁ ନେଇ ବର୍ଷା କଣ ପ୍ରତିକ୍ରିୟା ରଖିବେ? ଆପଣଙ୍କ ମନରେ ବି ପ୍ରଶ୍ନ ଆସୁଥିବ ଯେ ଏନେଇ ବର୍ଷା କଣ କହିବେ? ତେବେ ବର୍ଷା କିଛି କୁହନ୍ତୁ କି ନାହିଁ Anubhav mohantyଙ୍କ ବିବାହକୁ ନେଇ ସମସ୍ତଙ୍କ ମନରେ ଅହେତୁକ ଉତ୍ସୁକତା ବଢିଯାଇଛି। ଏବେ ଦେଖିବାକୁ ବାକି ରହିଲା Anubhav Mohanty ଓ jagrati Sukla ବିବାହ ବନ୍ଧନକୁ ନେଇ କ’ଣ ପ୍ରତିକ୍ରିୟା ରଖୁଛନ୍ତି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

FM କଲେଜ ଘଟଣା ପରେ ଗଣଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ, ଏବେ ସ୍କୁଲରେ…

ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

ଲଗାତାର ଅଷ୍ଟମ ଥର ପାଇଁ ସ୍ବଚ୍ଛ ସହର ତାଲିକାରେ ଏକ ନମ୍ବରରେ ରହିଲା ଇନ୍ଦୋର, ଜାଣନ୍ତୁ ଏହାପରେ ରହିଛି କେଉଁ ସହର

ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri