ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ

କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍‌ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା କରିବା କଥା। କିନ୍ତୁ କୋର୍ଟରେ ବର୍ଷାଙ୍କ ଆଇନଜୀବୀ ଅନୁପସ୍ଥିତ ରହିବାରୁ କୌଣସି ପ୍ରକାର ଜେରା ହୋଇପାରିଲା ନାହିଁ। ଅନୁଭବଙ୍କ ଗ୍ରହଣ ଶେଷ କରିବାକୁ ଅନୁଭବଙ୍କ ପକ୍ଷରୁ ଏକ ପିଟିଶନ ଦାଏର କରାଯାଇଛି। ଏହାକୁ ଗ୍ରହଣ କରି ପରିବାର ଅଦାଲତ ଅନୁଭବଙ୍କ ପକ୍ଷରୁ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଶେଷ କରିଛନ୍ତି। ଏବଂ ଏହାସହ ପରବର୍ତ୍ତୀ ଶୁଣାଣିରେ ବର୍ଷାଙ୍କ ପକ୍ଷର ସାକ୍ଷ୍ୟ ଗ୍ରହଣ ହେବ ବୋଲି କୋର୍ଟ କହିଛନ୍ତି। ପରବର୍ତ୍ତୀ ତାରିଖରେ ବର୍ଷାଙ୍କୁ ଜେରା କରିବେ ଅନୁଭବଙ୍କ ଓକିଲ। ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା କଟକ ପରିବାର ଅଦାଲତରେ ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ଛାଡପତ୍ର ଆବେଦନ ଉପରେ କୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସେ ନିଜେ କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ।
ଅନୁଭବଙ୍କ ଛାଡ଼ପତ୍ର ମାମଲା ମାମଲା ହାଇକୋର୍ଟଙ୍କ ସାପ୍ତାହିକ ଲିଷ୍ଟରେ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ଚଳିତ ସପ୍ତାହରେ ଏହାର ଶୁଣାଣି ହେବ ବୋଲି ଆଶା ରହିଛି। ଅନ୍ୟପଟେ ଛାଡପତ୍ର ମାମଲାଟିର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୦ ତାରିଖରେ ହେବ ବୋଲି ପରିବାର ଅଦାଲତ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri