ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ

କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍‌ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା କରିବା କଥା। କିନ୍ତୁ କୋର୍ଟରେ ବର୍ଷାଙ୍କ ଆଇନଜୀବୀ ଅନୁପସ୍ଥିତ ରହିବାରୁ କୌଣସି ପ୍ରକାର ଜେରା ହୋଇପାରିଲା ନାହିଁ। ଅନୁଭବଙ୍କ ଗ୍ରହଣ ଶେଷ କରିବାକୁ ଅନୁଭବଙ୍କ ପକ୍ଷରୁ ଏକ ପିଟିଶନ ଦାଏର କରାଯାଇଛି। ଏହାକୁ ଗ୍ରହଣ କରି ପରିବାର ଅଦାଲତ ଅନୁଭବଙ୍କ ପକ୍ଷରୁ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଶେଷ କରିଛନ୍ତି। ଏବଂ ଏହାସହ ପରବର୍ତ୍ତୀ ଶୁଣାଣିରେ ବର୍ଷାଙ୍କ ପକ୍ଷର ସାକ୍ଷ୍ୟ ଗ୍ରହଣ ହେବ ବୋଲି କୋର୍ଟ କହିଛନ୍ତି। ପରବର୍ତ୍ତୀ ତାରିଖରେ ବର୍ଷାଙ୍କୁ ଜେରା କରିବେ ଅନୁଭବଙ୍କ ଓକିଲ। ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା କଟକ ପରିବାର ଅଦାଲତରେ ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ଛାଡପତ୍ର ଆବେଦନ ଉପରେ କୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସେ ନିଜେ କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ।
ଅନୁଭବଙ୍କ ଛାଡ଼ପତ୍ର ମାମଲା ମାମଲା ହାଇକୋର୍ଟଙ୍କ ସାପ୍ତାହିକ ଲିଷ୍ଟରେ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ଚଳିତ ସପ୍ତାହରେ ଏହାର ଶୁଣାଣି ହେବ ବୋଲି ଆଶା ରହିଛି। ଅନ୍ୟପଟେ ଛାଡପତ୍ର ମାମଲାଟିର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୦ ତାରିଖରେ ହେବ ବୋଲି ପରିବାର ଅଦାଲତ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri