୨୯ରେ ପଦାର୍ପଣ କଲା ଅନୁଗୋଳ

ଅନୁଗୋଳ ଅଫିସ,୧।୪ ୧୯୯୩ ଏପ୍ରିଲ ୧ରେ ଜିଲା ମାନ୍ୟତା ପାଇଥିବା ଅନୁଗୋଳ ୨୯ ବର୍ଷରେ ପଦାର୍ପଣ କରିଛି। ତେଣୁ ଏପ୍ରିଲ୍‌ ୧ ଶୁକ୍ରବାର ଓଡ଼ିଶା ଦିବସ ସହ ଜିଲାର ଏହି ପ୍ରତିଷ୍ଠା ଦିବସକୁ ବେଶ୍‌ ଧୁମ୍‌ଧାମରେ ପାଳନ କରିବାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। କୋଭିଡ୍‌ କାରଣରୁ ଗତ ୨ ବର୍ଷ ଧରି ଏହି ଦିବସ ପାଳନ କେବଳ ସଭାସମିତିରେ ସୀମିତ ରହିଥିବା ବେଳେ ଚଳିତବର୍ଷ ଏହା ଅତ୍ୟନ୍ତ ଆଡ଼ମ୍ବରପୂର୍ଣ୍ଣ ହେବ। ପୂର୍ବପରି ରାସ୍ତାକୁ ଫେରିବ ରାହାଗିରି। ସେହିପରି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଜିଲାବାସୀଙ୍କ ମନକୁ ଅତ୍ୟନ୍ତ ପ୍ରଫୁଲ୍ଲ କରିଦେବ।
ପ୍ରଶାସନର କାର୍ଯ୍ୟସୂଚୀ ଅନୁଯାୟୀ ଭୋର୍‌ ୪ଟା ୩୦ରୁ ସହରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯିବ। ସକାଳ ୭ଟାରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ସାମୂହିକ ମାଲ୍ୟାର୍ପଣ, ୭ଟା ୪୫ରେ ଗାନ୍ଧୀ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ପୂର୍ବାହ୍ନ ୮ଟା ୩୦ରେ ଅନୁଗୋଳ ରକ୍ତ ଭଣ୍ଡାରଠାରେ ରକ୍ତଦାନ ଶିବିର ଆୟୋଜନ, ଅପରାହ୍ନ ୬ଟାରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସାଧାରଣ ସଭା ଓ ପୁରସ୍କାର ବିତରଣ ଏବଂ ସନ୍ଧ୍ୟା ୭ଟାରେ ଜିଲା ସଂସ୍କୃତି ପରିଷଦଠାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସେହିପରି ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ରାହଗିରି ଅନୁଷ୍ଠିତ ହେବ। ଅନୁଗୋଳ ଜଗନ୍ନାଥ ମନ୍ଦିରଠାରୁ ବିଇଡି ଛକଯାଏ ରାସ୍ତା ଉପରେ ଲୋକେ ଉତ୍ସବ ମନାଇବେ। ଗୀତ, ନାଚ, ଖେଳ, ସାଇକେଲ ଚାଳନା ଆଦି କରିବେ। ଅପରପକ୍ଷରେ ୨୯ ବର୍ଷରେ ପଦାର୍ପଣ କରିଥିବା ଅନୁଗୋଳ ଜିଲାର ବିକାଶ ଦିଗରେ ପ୍ରଶାସନ ପକ୍ଷରୁ ଶତପ୍ରତିଶତ ଉଦ୍ୟମ ଜାରି ରହିଛି। ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପ୍ରାଧାନ୍ୟ ଦିଆଯାଉଛି। ଚାଷ ଜମିକୁ ଜଳସେଚନ ନେଇ ଥିବା ଅସୁବିଧା ଦୂର ଦିଗରେ ପ୍ରଚେଷ୍ଟା ଚାଲିଛି। ମିଲେଟ ମିଶନରେ କିପରି ଅଧିକ ଚାଷୀ ସାମିଲ ହୋଇପାରିବେ ତାହା ଉପରେ ଗୁରୁତ୍ୱ ଦିଆଯାଉଛି। ଗଁାଠାରୁ ସହର ଯାଏ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ପ୍ରୟାସ କରାଯାଉଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ସହ ଏହାକୁ ନେଇ ଏକ ପର୍ଯ୍ୟଟନ ସର୍କିଟ କରାଯାଉଛି। ଯୁବତୀ ଯୁବକଙ୍କୁ ରୋଜଗାର, ନିଯୁକ୍ତି ଦେବାକୁ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ଆଦର୍ଶ ବିଦ୍ୟାଳୟରେ ବିଦେଶୀ ଭାଷାରେ ଶିକ୍ଷାଦାନ ଯୋଜନା ରଖାଯାଇଛି। ଇତିମଧ୍ୟରେ ଅନୁଗୋଳ ସହରର ସୌନ୍ଦର୍ଯ୍ୟକରଣ କରାଯାଇଥିବାବେଳେ ତାଳଚେର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା କାର୍ଯ୍ୟ ଚାଲିଛି। ଷ୍ଟାଡିୟମ, ହେଲ୍‌ଥ କରିଡର, ବସ୍‌ଷ୍ଟାଣ୍ଡ ଆଦି ନିର୍ମାଣ ହେଉଛି। ବିଶ୍ୱସ୍ତରୀୟ କୋଲ୍‌ ମ୍ୟୁଜିୟମ କରାଯାଉଛି। ଅନୁଗୋଳରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଇ-ଲାଇବ୍ରେରି, ତୃଣମୂଳସ୍ତରରୁ କ୍ରୀଡ଼ାବିତ୍‌ ସୃଷ୍ଟି କରିବା ପାଇଁ କ୍ରୀଡ଼ା ଉତ୍ସବମାନ ଆୟୋଜନ ସହ ମିନି ଷ୍ଟାଡିୟମ ନିର୍ମାଣ ହେଉଛି। ୨୦୨୩ ସୁଦ୍ଧା ଏସବୁ କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri