ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଯାଜପୁର ଓ ଗଞ୍ଜାମ ଲୋକଙ୍କ ପାଇଁ ଅନୁଗୋଳକୁ ପ୍ରବେଶରେ ରୋକ ଲଗାଯାଇଛି। ଏହି ଦୁଇ ଜିଲାର ଲୋକଙ୍କୁ ଅନୁଗୋଳ ଜିଲାକୁ ପ୍ରବେଶ ନିଷେଧ ବୋଲି ଚିଠି ନଂ ୩୩୭/ଆବାସିକ(୧୦.୭.୨୦୨୦)ରେ ଉଲ୍ଲଖ କରିଛନ୍ତି। ଏଥିସହ ଗଞ୍ଜାମ ଓ ଯାଜପୁରରୁ ଫେରିବା କୌଣସି ସ୍ଥାନରୁ ଅଭିଯୋଗ ଆସେ, ତେବେ ଉକ୍ତ ବ୍ୟକ୍ତିଙ୍କୁ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍‌ରେ ରହିବା ବାଧ୍ୟତାମୂଳକ ବୋଲି ଜିଳାପାଳ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିୟମକୁ ଯେଉଁ ବ୍ୟକ୍ତି ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ଫୌଜିଦାରି ମାମଲା ରଜୁ କରାଯିବ। ଏନେଇ ଅନୁଗୋଳ ଏସ୍‌ପି, ସମସ୍ତ ଉପଜିଲାପାଳ, ତହସିଲଦାର, ବିଡିଓ ଓ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନଙ୍କୁ ଜିଲାପାଳ ମହାନ୍ତି ଅବଗତ କରିଛନ୍ତି। ସୂଚନାଯୋଗ୍ୟ, ଗଞ୍ଜାମ ଓ ଯାଜପୁରରେ ଅଧିକ ସଂଖ୍ୟାରେ ସଂକ୍ରମିତ ସଂଖ୍ୟା ବଢୁଥିବାରୁ ଜିଲାପାଳ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆଧ୍ୟାତ୍ମିକ ପରିବେଶରେ ଚାଲିଛି ଭଞ୍ଜନଗର ଠାକୁରାଣୀ ଯାତ୍ରା, ୫୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ

ଭଞ୍ଜନଗର,୯ ।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଅସମ୍ଭାଳ ଭିଡ ହେଉଛି ଦେବୀଙ୍କ ଦର୍ଶନ ପାଇଁ। ଶନିବାର ଦେବୀଙ୍କ ଦର୍ଶନ, ସାଂସ୍କୃତିକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri