୩ ବିବାହ, ୩୭ ବର୍ଷ ସାନ ଗାୟିକାଙ୍କ ସହ ରୋମାନ୍ସ; ବିବାଦରେ ଛନ୍ଦି ହୋଇଛନ୍ତି ଏହି ଭଜନ ସମ୍ରାଟ

ବମ୍ବେ: ଭଜନ ସମ୍ରାଟ ଅନୁପ ଜଲୋଟାଙ୍କୁ କିଏ ବା ନଜାଣେ। ଗାୟକ ହିସାବରେ ବେଶ ଖ୍ୟାତି ଅର୍ଜନ କରିଥିଲେ ହେଁ ବ୍ୟକ୍ତିଗତ ଜୀବନରେ ସେ ସେତିକି ଅସଫଳ। ଥରେ କି ଦୁଇଥର ନୁହେଁ ତିନି ଥର ସେ ବିବାହ କରିଛନ୍ତି। ହେଲେ କେଉଁଟିବି ଚାଲିନାହିଁ।

୬୯ ବର୍ଷୀୟ ଅନୁପ ସୋନାଲୀ ସେଠଙ୍କୁ ପ୍ରଥମ ବିବାହ କରିଥିଲେ। ଦୁହେଁ ପରିବାରର ଅସହମତି ସୁଦ୍ଧା ପରସ୍ପରକୁ ଜୀବନସାଥୀ ରୂପେ ବାଛିଥିଲେ। ହେଲେ ବିବାହର କିଛି ଦିନ ପରେ ଅନୁପଙ୍କ ଛାତ୍ରଙ୍କ ପ୍ରେମରେ ପଡ଼ିଥିଲେ ସୋନାଲୀ। ଏଣୁ ସେ ଗାୟକଙ୍କଠାରୁ ଅଲଗା ହୋଇଥିଲେ। ପରେ ଅନୁପ ବିନା ଭାଟ୍ଟିଆଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏହି ବିବାହ ବେଶି ଦିନ ଚାଲି ନ ଥିଲା। ସେମାନେ ଅଲଗା ହୋଇଥିଲେ। ଶେଷରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଆଇ କେ ଗୁଜରାଲଙ୍କ ଭାଣେଜୀ ମେଧା ଗୁଜରାଲଙ୍କୁ ତୃତୀୟ ବିବାହ କରିଥିଲେ। ହେଲେ ରୋଗରେ ପୀଡ଼ିତ ହୋଇ ୨୦୧୪ରେ ସେ ଆଖି ବୁଜିଥିଲେ।

ଅନୁପଙ୍କ ଜୀବନ ବିବାହ ବ୍ୟତିତ ପ୍ରେମ ସମ୍ପର୍କକୁ ନେଇ ମଧ୍ୟ ବିବାଦରେ ରହିଛି। ବିଗ୍‌ ବସ୍‌ ୧୨ରେ ପ୍ରତିଯୋଗୀ ଭାବେ ଭାଗ ନେବା ବେଳେ ସେ ଜସଲିନ ମଥାରୁଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଆସିଥିଲେ। ହେଲେ ଶୋ’ରୁ ବାହାରିବା ପରେ ଏହା ମିଛ ସମ୍ପର୍କ ବୋଲି ଜଣାପଡ଼ିଥିଲା।

ତେବେ ଆଜି ଏହି ବିବାଦୀୟ ଭଜନ ସମ୍ରାଟଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଶଂସକ ତଥା ଶୁଭେଚ୍ଛୁମାନେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri