ମୁହଁ ଖୋଲିଲେ ଅନୁପ ଜଲୋଟା

ମୁମ୍ବାଇ: ଭଜନ ସମ୍ରାଟ ଅନୁପ ଜଲୋଟା ଓ ତାଙ୍କ ଶିଷ୍ୟା ଜଶଲିନ ମଥାରୁଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଚାଲିଛି ଚର୍ଚ୍ଚା । ଉଭୟ କୁଆଡେ ବିବାହ କରିଛନ୍ତି ବୋଲି ନିକଟରେ ଶୁଣିବାକୁ ମିଳିଥିଲା । ଏବେ ଏହାକୁ ନେଇ ମୁହଁ ଖୋଲିଛନ୍ତି ଭଜନ ସମ୍ରାଟ । ସେ କହିଛନ୍ତି ଆଶ୍ଚର୍ଯ୍ୟର କଥା ଯେ ଲୋକେ ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଫଟୋକୁ ବିଶ୍ୱାସ କରୁଛନ୍ତି । ପ୍ରକୃତରେ ଜଶଲିନ ହେଉଛନ୍ତି ଖୁବ୍ ମଡର୍ଣ୍ଣ । ହେଲେ ମୁଁ ଧୋତି ପିନ୍ଧା ସାଦାସିଧା ଲୋକ । ତାଙ୍କର ମୋ ସହ ସମ୍ପର୍କ କେବେବି ଖାପ ଖାଇବ ନାହିଁ । ଏମିତିକି ମୁଁ ଯଦି ୩୫ ବର୍ଷ ବୟସର ଯୁବକ ହୋଇଥାଆନ୍ତି ତେବେ ବି ମୁଁ ଜଶଲିନଙ୍କୁ ବିବାହ କରି ନ ଥାଆନ୍‌ି ବୋଲି ସେ କହିଛନ୍ତି । କାରଣ ମୁଁ ଓ ମୋ ପରିବାର ଆଧ୍ୟାତ୍ମିକ ମାର୍ଗର ଆଉ ଜଶଲିନ ସମ୍ପୂର୍ଣ୍ଣ ଆଧୁନିକା ନାରୀ । ଆମ ଭିତରେ କେବଳ ଗୁରୁ-ଶିଷ୍ୟାର ସମ୍ପର୍କ । ଏବେ ସୋସିଆଲ ମିଡିଆରେ ଯେଉଁ ଫଟୋଟି ଶେୟାର କରାଯାଇଛି ତାହା ଏକ ଫିଲ୍ମର ଫଟୋ ବୋଲି ଅନୁପ କହିଛନ୍ତି । ଯେଉଁଥିରେ ସେ ଜଶଲିନଙ୍କ ପିତା ଭୂମିକାରେ ଅଭିନୟ କରିଛନ୍ତି । ତେଣୁ ତାକୁ ନେଇ ଯେଉଁ ଭୁଲ୍ ତଥ୍ୟ ଦିଆଯାଇଛି ତାକୁ ବିଶ୍ୱାସ କରିବା ଅନୁଚିତ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ଅନୁପ ଜଲୋଟା ଓ ଜଶଲିନଙ୍କ ସମ୍ପର୍କ ଏବେକାର ନୁହେଁ । ଉଭୟ ଯେତେବେେ ବିଗ୍ ବସ୍‌ରେ କପୁଲ ଭାବେ ଏଣ୍ଟ୍ରି କରିଥିଲେ ସେତେବେଳେ ବି ଉଭୟଙ୍କ ରିଲେଶନକୁ ନେଇ ଚର୍ଚ୍ଚା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri