Posted inଜାତୀୟ

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର ବ୍ୟବସ୍ଥାପିକା ବିଭାଗ ପକ୍ଷରୁ କୁହାଯାଇଛି। ୬୨ ବର୍ଷୀୟ ପାଣ୍ଡେ ନିର୍ବାଚନ କମିଶନ ପଦବୀରେ ୨୦୨୪ ଫେବୃୟାରୀ ପର୍ଯ୍ୟନ୍ତ ରହିବେ। ସୁନୀଲ ଆରୋରୋ ଗତ ଏପ୍ରିଲ ୧୨ରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ପଦରୁ ଅବସର ନେବା ପରେ ୩ ସଦସ୍ୟ ବିଶିଷ୍ଟ ନିର୍ବାଚନ ଆୟୋଗରେ ଗୋଟିଏ ପଦବୀ ଖାଲି ପଡ଼ିଥିଲା। ଏବେ ସୁଶୀଲ ଚନ୍ଦ୍ରା ସିଇସି ରହିଥିବାବେଳେ ରାଜୀବ କୁମାର ନିର୍ବାଚନ କମିଶନର ଅଛନ୍ତି। ୧୯୫୯ ଫେବୃୟାରୀ ୧୫ରେ ଜନ୍ମିତ ପାଣ୍ଡେ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟ ଶାସନ ସଚିବ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri